କାର୍ଯ୍ୟରେ ଯୋଗଦେଲେ ଆଇଏଏସ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର: ଶେଷରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ ସୁଜାତା କାର୍ତ୍ତିକେୟନ ।ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବଭାବେ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ୬ ମାସ ଛୁଟିରୁ ଫେରିବା ପରେ ସେ କାର୍ଯ୍ୟରେ ଯୋଗଦେଇଛନ୍ତି । ଗତକାଲି ରାଜ୍ୟ ସରକାର ସୁଜତାଙ୍କ ସାନି ଛୁଟି ଆବେଦନକୁ ଅଗ୍ରାହ୍ୟ କରିଦେଇଥିଲେ । ଆଉ ୬ ମାସ ଛୁଟିରେ ରହିବାକୁ ସୁଜାତା ଆବେଦନ କରିଥିଲେ ।
ବିଜେଡିର ନିର୍ବାଚନୀ ବିପର୍ୟ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବୃଦ୍ଧି ପାଇଁ କରିଥିବା ଆବେଦନକୁ ରାଜ୍ୟ ସରକାର ଖାରଜ କରିିଥିଲେ । ଏହାସହିତ ନଭେମ୍ବର ୨୭ରୁ ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ଦେଇଥିଲେ। ନିଜ ସନ୍ତାନର ଯତ୍ନ ନେବା ଦର୍ଶାଇ ସୁଜାତା ନଭେମ୍ବର ୨୬ତାରିଖ ପର୍ୟ୍ୟନ୍ତ ଛୁଟି ମାଗିଥିଲେ,ଯାହାକୁ ତତକାଳୀନ ମୁଖ୍ୟ ସଚିବ ଅନୁମୋଦନ କରିଥିଲେ।
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଥିଲେ । ସୁଜାତା ନଭେମ୍ବର ୨୭ରୁ ଆଉ ୬ମାସ ପାଇଁ ଛୁଟିରେ ଯିବାକୁ ଗତ ନଭେମ୍ବର ୪ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ । ତାଙ୍କୁ ଅଧିକ ଛୁଟି ଦେବା ପାଇଁ ସରକାର ରାଜି ନଥିବା ନେଇ ସୁଜାତାଙ୍କୁ ଲିଖିତ ଭାବେ ଶ୍ରୀ ମହାନ୍ତି ସ୍ପଷ୍ଟ କରିବା ସହ ନଭେମ୍ବର ୨୭ରୁ କାର୍ୟ୍ୟରେ ଯୋଗ ଦେବାକୁ କହିଥିଲେ ।
Powered by Froala Editor