ଜନତା ମୋଦି ସରକାରଙ୍କୁ ଆଶୀର୍ବାଦ କରୁଛନ୍ତି
ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ସମ୍ବୋଦନ କରିଛନ୍ତି। ଜୟ ଜଗନ୍ନାଥ...ଜୟ ଜଗନ୍ନାଥ...। ଓଡ଼ିଶାର ଭାଇ-ଭଉଣୀମାନଙ୍କୁ ମୋର ନମସ୍କାର, ଜୁହାର କହି ସମସ୍ତଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଦିଲ୍ଲୀରେ ଓଡ଼ିଶା ପର୍ବରେ ୫ ଦିନ ପୂର୍ବେ ଭଲ ମସଲା ଚା ପିଇଥିଲି। ଆଜି ଲିଙ୍ଗରାଜଙ୍କ ଭୂମିକୁ ଆସିବାର ସୁଯୋଗ ମିଳିଛି। ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକ ମୋତେ ଅଭିଭୂତ କରିଛି।
ଶୁକ୍ରବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ସର୍ବଭାରତୀୟ ସ୍ତରରେ ଆୟୋଜିତ ୫୯ ଡିଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ବିମାନବନ୍ଦର ନିକଟରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମହାରାଷ୍ଟ୍ର ନିର୍ବାଚନ ଫଳ, ହରିୟାଣା ନିର୍ବାଚନ ଫଳ ପରେ ଦେଶରେ ବିଶ୍ବାସ ଭରିଛି। ଏହି ବିଜୟର ଆୟମାରମ୍ଭ ଓଡ଼ିଶାରୁ ହୋଇଛି। ବିରୋଧୀ ଦଳ ମୋଦି ସରକାରଙ୍କ ବିରୋଧରେ ସବୁବେଳେ ଅପପ୍ରଚାର କରୁଛନ୍ତି। କିନ୍ତୁ ଜନତା ମୋଦି ସରକାରଙ୍କୁ ଆଶୀର୍ବାଦ କରୁଛନ୍ତି।
ମୋଦିଙ୍କୁ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ବିମାନବନ୍ଦରରେ ଉପସ୍ଥିତ ଥିଲେ।
Powered by Froala Editor