ଓଡ଼ିଶାରେ ପେଙ୍ଗାଲ ପ୍ରଭାବ, ଏହି ସବୁ ଜିଲ୍ଲାରେ କୋହଲା ପାଗ ସହ ଝିପିଝିପି ବର୍ଷା

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ତେବେ ତାମିଲନାଡୁରେ ଯେଉଁ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି ହଠାତ୍ ଏହାର ଦିଗ ବଦଳାଇଥିବା ସୂଚନା ମିଳିଛି । ଏହା ଘଣ୍ଟା ପ୍ରତି ୩ କିଲୋମିଟରରୁ ୧୦ କିଲୋମିଟର ବେଗରେ ଗତି କରୁଛି । ତେବେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଏହା ଏକ ଭୟଙ୍କର ଘୂର୍ଣ୍ଣିବଳୟ। ଏହା ଉତ୍ତର ଦିଗକୁ ଯିବାର ସମ୍ଭାବନା ଅଛି । ଏହା ୩୦ ତାରିଖରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଆଶା କରାଯାଉଛି ।
ଏହାର ପ୍ରଭାବ କିନ୍ତୁ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ତାମିଲନାଡୁରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବା ପୂର୍ବରୁ ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା ବର୍ଷା ସହ କୋହଲା ପାଗ କରିଛି। ଓଡ଼ିଶାରେ ଏପରି ପାଗ ଆଗାମୀ ୨ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ବାତ୍ୟା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପ ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ।
Powered by Froala Editor