ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ଚାଲିଗଲା ସିକ୍ୟୁରିଟି ଗାର୍ଡଙ୍କ ଜୀବନ
ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ପାଟଣା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ। ମୃତକ ସିଦ୍ଧାର୍ଥ ପ୍ରଧାନ ବୋଲି ଜଣାପଡିଛି। ସୂଚନା ମୂତାବକ ସୋମବାର ବିଳମ୍ବିତ ରାତିରେ ସିଦ୍ଧାର୍ଥ ଅଳଙ୍କାର ଦୋକାନରେ ଡ୍ୟୁଟି କରୁଥିଲେ। ଏତିକି ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ପରେ ତାଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଗ୍ରାମବାସୀମାନେ ଥାନାର ଦ୍ଵାରସ୍ଥ ହୋଇଛନ୍ତି। ଟ୍ରକ୍ ଡ୍ରାଇଭର ଜଣକ ନିଶାଶକ୍ତ ଅବସ୍ଥାରେ ଏଭଳି ଅଘଟଣ ଘଟାଇଥିବା କୁହାଯାଉଛି। ପରେ ଖବର ପାଇ ପୁଲିସ୍ ଟ୍ରକଟିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ କରୁଛି ।
Powered by Froala Editor