ବଡ଼ଦାଣ୍ଡରେ ଚାଲି ଚାଲି ମହାପ୍ରଭୁଙ୍କ ଦର୍ଶନ କଲେ ରାଷ୍ଟ୍ରପତି
ପୁରୀ: ଶ୍ରୀମନ୍ଦରିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀଜିଉଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି ରାଷ୍ଟ୍ରପତି । ବଡ଼ଦାଣ୍ଡରେ ଚାଲି ଚାଲି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମହାମହିମ । ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ଅଛନ୍ତି । ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସେପଟେ ଶ୍ରୀମନ୍ଦିରରୁ ବାହାରି ଗୋପବନ୍ଧୁ ଆର୍ୟୁବୈଦିକ ମହାବିଦ୍ୟାଳୟର ୭୫ ତମ ବାର୍ଷିକୀ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ।
୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦ୍ବିତୀୟ ଦିନରେ ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡରେ ଚାଲିଚାଲି ଶ୍ରୀମନ୍ଦିର ଅଭିମୁଖେ ଯାଇଥିଲେ । ଶ୍ରୀମନ୍ଦିର ଯାଇ ରିତୀନୀତି ଅନୁସାରେ ଚତୁର୍ଦ୍ଧା ବିଗ୍ରହଙ୍କ ସହ ମାଆ ଲକ୍ଷ୍ମୀଙ୍କର ମଧ୍ୟ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ପରେ ମନ୍ଦିର ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତିଙ୍କୁ ଉପହାର ସ୍ବରୁପ ପଟ୍ଟଚିତ୍ର ପ୍ରଦାନ କରାଯାଇଥିଲା । ସେଠାରୁ ବାହାରି ବର୍ତ୍ତମାନ ଗୋପବନ୍ଧୁ ଆର୍ୟୁବୈଦିକ ମହାବିଦ୍ୟାଳୟରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
Powered by Froala Editor