ରାଜ୍ୟର ହାଲୁକା ବର୍ଷା ସମ୍ଭାବନା
ଭୁବନେଶ୍ବର : ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲାରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଶନିବାର ରାତିରେ ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୩.୨ ଡିଗ୍ରୀ, ରାଉରକେଲାରେ ୧୩.୩, ଝାରସୁଗୁଡ଼ାରେ ୧୩.୯ ଡିଗ୍ରୀ ରେକର୍ଡ଼ ହୋଇଛି। ଅନ୍ୟପକ୍ଷରେ ୮ରୁ ୧୦ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ୯ ଓ ୧୦ରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, ରାୟଗଡ଼, କଟକ ଏବଂ ଖୋର୍ଦ୍ଧା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Powered by Froala Editor