ମହାକୁମ୍ଭ ମେଳା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭୁବନେଶ୍ଵର: ପ୍ରୟାଗରାଜ ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତାବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ଉତ୍ତରପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ ପତ୍ର ଦେଇଛନ୍ତି। ତେବେ ପ୍ରୟାଗରାଜ ମହାକୁମ୍ଭ ୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବୃଆରୀ ୨୬ ତାରିଖ ପର୍ୟ୍ୟନ୍ତ ଚାଲିବ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ମହାକୁମ୍ଭ ମେଳା ସମୟରେ ସ୍ନାନ କରିବା ଦ୍ୱାରା ସମସ୍ତ ପାପରୁ ମୁକ୍ତି ମିଳିଥାଏ ।
Powered by Froala Editor