ସିବିଆଇ ରେଡ ଘଟଣାରେ ୩ ଗିରଫ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରେ ସିବିଆଇ ରେଡ ଘଟଣାରେ ମୋଟ ୩ ଜଣଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ବ୍ରିଜ ଆଣ୍ଡ ରୁଫ କମ୍ପାନୀର ଓଡ଼ିଶା, ପଶ୍ଚିମବଙ୍ଗ ମୁଖ୍ୟ ଚଞ୍ଚଲ ମୁଖାର୍ଜୀ, ବରିଷ୍ଠ ଅଧିକାରୀ ପ୍ରଦୀପ ମହନ୍ତ ଓ କଣ୍ଟ୍ରାକ୍ଟର ଦେବଦତ୍ତ ମହାପାତ୍ର । ରେଡ ବେଳେ ଦେବଦତ୍ତଙ୍କ ଘରୁ ସିବିଆଇ ନଗଦ ଟଙ୍କା ଓ ସୁନା ଜବତ କରିଛି ।
ଶନିବାର ରାତି ପ୍ରାୟ ୯ଟା ୧୦ରେ ଉକ୍ତ ହୋଟେଲ ସମ୍ମୁଖ ରାସ୍ତାରେ ଓଡି-୦୫-୯୯୯୯ ନମ୍ବର ବିଶିଷ୍ଟ ମର୍ସିଡିଜ୍ କାର୍ରେ ୪ଜଣ ବ୍ୟକ୍ତି ଯାଉଥିବାବେଳେ ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଏକ ସିବିଆଇ ଟିମ୍ ଚଢ଼ାଉ କରିଥିଲା। ଏହାପରେ ଗାଡ଼ିକୁ ଯାଞ୍ଚ କରିବାରୁ ଏକ ବ୍ୟାଗ୍ରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବାହାରିଥିଲା। ଏହି ସମୟରେ କାର୍ରେ ଥିବା ବ୍ୟକ୍ତିଙ୍କ ସହ ସିବିଆଇ ଅଧିକାରୀଙ୍କ ଯୁକ୍ତିତର୍କ ହୋଇଥିଲା। ଏନେଇ ସିବିଆଇ ଟିମ୍ ସ୍ଥାନୀୟ ପୋଲିସକୁ ସୂଚନା ଦେବା ପରେ ନୟାପଲ୍ଲୀ ଓ ମୈତ୍ରୀ ବିହାର ପୋଲିସ ପହଞ୍ଚି ପଶ୍ଚିମବଙ୍ଗରେ ହେରଫେର ଉକ୍ତ ମର୍ସିଡିଜ୍ ଗାଡ଼ିକୁ ଜବତ କରିବା ସହ ଗାଡ଼ିରେ ଥିବା ଲୋକମାନଙ୍କୁ ଥାନାକୁ ନେଇଥିଲା। ସେଠାରୁ ସିବିଆଇ ଅଧିକାରୀମାନେ ସେମାନଙ୍କୁ ଅନ୍ୟ ସ୍ଥାନକୁ ନେଇ ପଚରାଉଚରା କରୁଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଧରାପଡ଼ିଥିବା ଓଡ଼ିଶାର ବିଲ୍ଡର ଜଣକ ପଶ୍ଚିମବଙ୍ଗରେ ଏକ ନିର୍ମାଣ କାମ ଆଣିଥିଲେ। ସେହି କାମରେ ହେରଫେର ନେଇ ୧୫ଦିନ ତଳେ ସିବିଆଇରେ ଅଭିଯୋଗ ହୋଇଥିଲା। ତାଙ୍କୁ ଧରିବା ପାଇଁ ସିବିଆଇ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିଲା।
Powered by Froala Editor