ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପହଞ୍ଚିଛନ୍ତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀ ବିଶ୍ୱଶର୍ମା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ବିମାନବନ୍ଦରରୁ ସେ ସିଧାସଳଖ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବେ । ସେଠାରୁ ଫେରିବା ପରେ କଳିଙ୍ଗ ଷ୍ଟାଡିୟମ ଠାରେ ବ୍ୟାଡମିଣ୍ଟନ ହାଇପରଫରମାନ୍ସ ସେଣ୍ଟର ଉଦଘାଟନରେ ସାମିଲ ହେବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମଧ୍ୟ ଯୋଗଦେବେ । ହିମନ୍ତ ବିଶ୍ୱଶର୍ମା ବ୍ୟାଡମିଣ୍ଟନ ଆସୋସିଏସନ ଅଫ୍ ଇଣ୍ଡିଆର ସଭାପତି ଅଛନ୍ତି ।
Powered by Froala Editor