ବିଷ୍ଣୁପଦ ସେଠୀଙ୍କୁ ସିବିଆଇର ସମନ ପ୍ରସଙ୍ଗରେ ଏହି ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ
ଭୁବନେଶ୍ୱର: ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ସିବିଆଇର ସମନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ ଦୁର୍ନୀତି ପ୍ରମାଣିତ ହେଲେ କଡ଼ା ଆକ୍ସନ ନିଆଯିବ । ଦୁର୍ନୀତି ପ୍ରତିସରକାରଙ୍କ ଶୂନ ସହନଶୀଳତା ରହିଛି । ଯେତେବଡ଼ ଅଧିକାରୀ ହୁଅନ୍ତୁ କି ମନ୍ତ୍ରୀ ଯଦି ଦୁର୍ନୀତିରେ ଲିପ୍ତ ରହନ୍ତି ତେବେ ଆକ୍ସନ ହେବ । ଯଦି ଲିଙ୍କ ବାହାରେ ତେବେ ତଦନ୍ତ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।
ପ୍ରକାଶ ଯେ ଗତ ସପ୍ତାହରେ ରାଜଧାନୀର ଏକ ହୋଟେଲ ସମ୍ମୁଖରୁ ଏକ କାର୍ରୁ ୧୦ ଲକ୍ଷ ଟଙ୍କା ଓ ସୁନା ଜବତ ଘଟଣା ଏବେ ନୂଆ ମୋଡ଼ ନେଇଛି। ଗତ କିଛିଦିନ ହେଲା ଏହି ଘଟଣାକୁ ନେଇ ସିବିଆଇ ଯାଞ୍ଚ ଚଳାଇଥିବାବେଳେ ରାଜ୍ୟ ସରକାରଙ୍କ ପ୍ରମୁଖ ସଚିବ ତଥା ଆଇଏଏସ୍ ବିଷ୍ଣୁପଦ ସେଠୀ ଏବେ ସିବିଆଇ ସ୍କାନରକୁ ଆସିଛନ୍ତି। ଏଡି ଘଟଣାରେ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ପକ୍ଷରୁ ସମନ ଜାରି କରାଯାଇଛି। ଡିସେମ୍ବର ୧୧ ତାରିଖ ସକାଳ ୧୦ ଟାରେ ସିବିଆଇ ଅଫିସରେ ହାଜର ପାଇଁ ବିଷ୍ଣୁପଦଙ୍କୁ ହୋଇଥିଲା ନୋଟିସ। ହେଲେ ଏନେଇ ମୁହଁ ଖୋଲିନାହାନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ।
Powered by Froala Editor