କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କଲେ ମୋଦୀ

ନୂଆଦିଲ୍ଲୀ: କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କୁଏତ୍ର ‘ହାଲା ମୋଦି’ (ସ୍ୱାଗତ ମୋଦି) କାର୍ୟ୍ୟକ୍ରମରେ ଏହି ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ। ଭୁବନେଶ୍ୱରରେ ଆସନ୍ତା ମାସରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବାକୁ ସେ କୁଏତର ପ୍ରବାସୀ ଭାରତୀୟଙ୍କୁ କରିଛନ୍ତି ନିମନ୍ତ୍ରଣ। ଏଥିସହ କୁଏତୀ ବନ୍ଧୁଙ୍କୁ ମଧ୍ୟ ସାଥିରେ ଆଣିବାକୁ ସେମାନଙ୍କୁ ସେ କହିଛନ୍ତି।‘ହାଲା ମୋଦି’ କାର୍ୟ୍ୟକ୍ରମରେ ହଜାର ହଜାର ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ବିକଶିତ ଭାରତର ଯାତ୍ରା ପ୍ରବାସୀ ଭାରତୀୟଙ୍କ ଭାଗିଦାରୀ ବିନା ଅସମ୍ଭବ। ମୁଁ ଆପଣ ସମସ୍ତଙ୍କୁ ବିକଶିତ ଭାରତର ସଂକଳ୍ପ ସହ ଯୋଡ଼ିହେବା ପାଇଁ ଆମନ୍ତ୍ରଣ କରୁଛି ।ନୂଆବର୍ଷର ପ୍ରଥମ ମାସ ଅର୍ଥାତ୍ ୨୦୨୫ ଜାନୁଆରୀ ଏଥର ଅନେକ ରାଷ୍ଟ୍ରୀୟ ଉତ୍ସବର ମାସ ହେବାକୁ ଯାଉଛି । ୮ ରୁ ୧୦ ଜାନୁଆରୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସର ଆୟୋଜନ ହେବ। ମୁଁ ଆପଣ ସମସ୍ତଙ୍କୁ ଏହି କାର୍ୟ୍ୟକ୍ରମ ପାଇଁ ନିମନ୍ତ୍ରଣ କରୁଛି। ଏହି ଯାତ୍ରାରେ ଆପଣ
ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ମଧ୍ୟ ନେଇପାରିବେ ବୋଲି କହିଛନ୍ତି ମୋଦି।
ଏହା ସହିତ ପ୍ରୟାଗରାଜରେ ମହାକୁମ୍ଭ ଓ ଗଣତନ୍ତ୍ର ଦିବସ ସମାରୋହରେ ସାମିଲ ହେବାକୁ ମଧ୍ୟ ସେ ପ୍ରବାସୀ ଭାରତୀୟଙ୍କୁ ଅପିଲ୍ କରିଛନ୍ତି। ଏଥିସହ କୁଏତୀ ବନ୍ଧୁଙ୍କୁ ସାଥିରେ ନେଇ ଭାରତ ବୁଲାଇବାକୁ ମଧ୍ୟ କହିଛନ୍ତି ମୋଦି।
Powered by Froala Editor