Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ରାଜ୍ୟ
Home ›› ରାଜ୍ୟ ››ଆମେ ରୁବେନଙ୍କ ବହିକୁ ପ୍ରତ୍ୟାଖାନ କରୁଛୁ, ଓଡ଼ିଶାବାସୀ ମଧ୍ୟ ପ୍ରତ୍ୟାଖାନ କରିବେ: ଅରୁଣ ସାହୁ

ଆମେ ରୁବେନଙ୍କ ବହିକୁ ପ୍ରତ୍ୟାଖାନ କରୁଛୁ, ଓଡ଼ିଶାବାସୀ ମଧ୍ୟ ପ୍ରତ୍ୟାଖାନ କରିବେ: ଅରୁଣ ସାହୁ

2024-12-23 10:14:54
15295
Share:
Facebook
Twitter
E-Mail
WhatsApp
Telegram
ଆମେ ରୁବେନଙ୍କ ବହିକୁ ପ୍ରତ୍ୟାଖାନ କରୁଛୁ, ଓଡ଼ିଶାବାସୀ ମଧ୍ୟ ପ୍ରତ୍ୟାଖାନ କରିବେ: ଅରୁଣ ସାହୁ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡି ଶିବିରରେ କମ୍ପନ ସୃଷ୍ଟି ହୋଇଛି । ବହିରେ ଥିବା ତଥ୍ୟକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି ଯେ ଦୀର୍ଘ ବର୍ଷ ହେବ ରୁବେନ ବାନାର୍ଜୀ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିନାହାନ୍ତି । ଯାହା ଫଳରେ ପ୍ରକୃତ କଥା ବହିରେ ସେ ଲେଖିନାହାନ୍ତି । ଚା’ ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟକୁ ରୁବେନ ବାନାର୍ଜୀ ନିଜ ବହିରେ ଉଲ୍ଲେଖ କରିଛନ୍ତି । ନିର୍ବାଚନ ବେଳେ ବିଜେଡି ଓ ନବୀନ ପଟ୍ଟନାୟକଙ୍କ ଆଭିମୁଖ୍ୟ ସ୍ପଷ୍ଟ ହେଉଥିଲା । ଆଣ୍ଟି ବିଜେଡି ଓ ନବୀନ ବିରୋଧଙ୍କ ସହ ଆଲୋଚନା କରି ରୁବେନ ବାନାର୍ଜୀ ନିଜ ବହି ଲେଖିଛନ୍ତି । ଆମେ ରୁବେନଙ୍କ ବହିକୁ ପ୍ରତ୍ୟାଖାନ କରୁଛୁ । ଓଡ଼ିଶାବାସୀ ମଧ୍ୟ ପ୍ରତ୍ୟାଖାନ କରିବେ ବୋଲି ଅରୁଣ ସାହୁ କହିଛନ୍ତି । 

ଅନ୍ୟପକ୍ଷରେ ବରିଷ୍ଠ ସାମ୍ବାଦିକ ରୁବେନ ବାନାର୍ଜୀଙ୍କ ମତକୁ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଶନିବାର ପରୋକ୍ଷରେ ସ୍ୱୀକାର କରିଥିଲେ ।  ଶ୍ରୀ ଆଚାର୍ଯ୍ୟ କହିଥିଲେ ଯେ ରୁବେନ ବାନାର୍ଜୀ  ଜଣେ ପ୍ରତିଷ୍ଠିତ, ଅଭିଜ୍ଞ ସାମ୍ବାଦିକ ଓ ସମାଲୋଚକ । ବହିରେ ରୁବେନ ଯେଉଁ ତଥ୍ୟ ଦେଇଛନ୍ତି ଅନେକ ସୂତ୍ରରୁ ଉକ୍ତ ତଥ୍ୟ ସଂଗ୍ରହ କରିଥିବେ । ଆରମ୍ଭରୁ ଦଳକୁ ଓ ସଂଗଠନକୁ ରୁବେନ ଅତି ପାଖରୁ ନୀରିକ୍ଷଣ କରିଛନ୍ତି । ରୁବେନ ସୁଚିନ୍ତିତ ମତ ଦେଇଥିବେ । ସେ ତାଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି । ଯାହା ତଥ୍ୟ ଅଛି ରୁବେନ ରଚନା କରିଛନ୍ତି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଥିଲେ ।
ସେହିପରି ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିବା ସମୀର ରଞ୍ଜନ ଦାସ କହିଥିଲେ ଯେ ନବୀନ ପଟ୍ଟନାୟକ ଓ ବିଜେଡିକୁ ରୁବେନ ବାନାର୍ଜୀ ଭଲ ଭାବେ ଜାଣିଛନ୍ତି । ପାଣ୍ଡିଆନଙ୍କ କୋଟେରୀ ବାବଦରେ ରୁବେନ ବାନାର୍ଜୀ ଯାହା ଲେଖିଛନ୍ତି ସେଥିରେ ଦ୍ୱିମତ ନାହିଁ । ମୋର ଭୁଲ ନଥିବା ସତ୍ତ୍ୱେ ମନ୍ତ୍ରୀ ପଦ ଓ ଟିକେଟ କଟିଲା । ଅଫିସରଙ୍କ ଦ୍ୱାରା କୋଟେରୀ ଗ୍ରୁପ ଚାଲିଥିଲା । ରାଜନେତାଙ୍କ ସମ୍ପୃକ୍ତ ନଥିଲା । ପାଣ୍ଡିଆନଙ୍କ ପ୍ରତି ନବୀନ ବାବୁଙ୍କ ସମର୍ଥନ ବି ଥିଲା । କୋଟେରୀ ଗ୍ରୁପ ହିଁ ବିଜେଡି ବିପର୍ଯ୍ୟୟର ବଡ଼ କାରଣ ବୋଲି ସମୀର ରଞ୍ଜନ ଦାସ କହିଥିଲେ ।

ପ୍ରକାଶ ଯେ  ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୀବନୀକୁ ନେଇ ଦେଶର ଜଣାଶୁଣା ଲେଖକ ରୁବେନ ବାନାର୍ଜୀଙ୍କ ଆଉ ଏକ ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ପୁସ୍ତକଟିର ନାମ ହେଉଛି "Naveen Patnaik- The Authoritative Biography Revised After 2024 Elections'' । 2024 ନିର୍ବାଚନ ପରେ ନବୀନ ପଟ୍ଟନାୟକଙ୍କ ସଂଶୋଧିତ ଜୀବନୀ ଉପରେ ଆଧାରିତ ଏହି ବହି । ବିଶେଷ ଭାବେ "ପାଣ୍ଡିଆନ ପଜଲ" ଶୀର୍ଷକ ବଡ଼ ଅଧ୍ୟାୟରେ ଏହି ବହିରେ ଅଛି । 2024 ନିର୍ବାଚନରେ ନବୀନ ହାରିବାର କାରଣ ବି ବହିରେ ଲେଖା ଅଛି । ଏପରି ଅନେକ ଚାଞ୍ଚଲ୍ୟକର ତଥ୍ୟ ପୁସ୍ତକରେ ଉଲ୍ଲେଖ ରହିଛି ।

ରାଜନୀତିରେ ପ୍ରଶାସକ ଭିକେ ପାଣ୍ଡିଆନଙ୍କ ଆବିର୍ଭାବ ଏବଂ ଦବଦବା ଉପରେ "ପାଣ୍ଡିଆନ ପଜଲ" ଶୀର୍ଷକ ବଡ଼ ଅଧ୍ୟାୟ ରହିଛି । 10 ହାଜର ଶବ୍ଦକୁ ନେଇ ପାଣ୍ଡିଆନଙ୍କ ଅଧ୍ୟାୟ ଲେଖାଯାଇଛି । ପ୍ରଶାସକ ଥିବା ସମୟରେ ଓଡିଶା ରାଜନୀତିରେ 2018 ପରେ ପାଣ୍ଡିଆନଙ୍କ ପ୍ରଭାବ ଅଧିକ ବଢିଥିଲା । ପାଣ୍ଡିଆନଙ୍କ ଆବିର୍ଭାବ କେମିତି ଓ କାହିଁକି ହେଲା ? ପାଣ୍ଡିଆନ ସରକାରକୁ କେମିତି ଅକ୍ତିଆର କରିଥିଲେ । ନବୀନ ପଟ୍ଟନାୟକ ଏହାକୁ ଅନୁମତି କେମିତି ଦେଇଥିଲେ ? ଏହାକୁ ନେଇ ସେତେବେଳେ ବହୁତ ଚର୍ଚ୍ଚା ଓ ଆଲୋଚନା ହେଉଥିଲା । ନବୀନଙ୍କ ଭଉଣୀ ଗୀତା ମେହେଟ୍ଟା ଯେତେବେଳେ ହସ୍ପିଟାଲରେ ଥିଲେ, କିଛି ଲୋକ ତାଙ୍କୁ ଦେଖା କରିବାକୁ ଯାଉଥିଲେ । ଜଣେ ଦୁଇ ଜଣଙ୍କୁ ଗୀତା ମେହେଟା କହିଛନ୍ତି, ପାଣ୍ଡିଆନ ନବୀନଙ୍କୁ ବିଭ୍ରାନ୍ତ କରୁନାହାନ୍ତି ତ ? ପାଣ୍ଡିଆନ ରାଜ୍ୟର ଅନ୍ୟ ଆଇଏଏସ ଅଧିକାରୀଙ୍କ ମଧ୍ୟରେ ଜଣେ ବ୍ୟତିକ୍ରମ ଥିଲେ । ତେଣୁ ସେ ଆସିଲେ କେମିତି, ତାଙ୍କୁ କିଏ ଚୟନ କରିଥିଲା ? ଏ ବାବଦରେ ପୁସ୍ତକରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି ।

Powered by Froala Editor

Tags Arun sahoo

Related articles Odisha News Lens 4.1

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13501
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14620
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15450
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13720
    Oct 16, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    13880
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13785
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13800
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14794
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14281
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13800
    Oct 15, 2026
  • ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13785
    Oct 16, 2026
  • ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13501
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17184
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17878
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17828
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18249
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14759
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14620
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14726
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15728
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14402
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14281
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13978
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15101
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15808
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13720
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14281
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14794
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In