୨ ଦିନ ହେବ ହାଲୁକା ବର୍ଷା
ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠୁ ବର୍ଷା ହେବ। ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ୨ ଦିନ ଧରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୋଶାଲ ମିଡିଆ ଏକ୍ସରେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।
ଶ୍ରୀ ଦାଶ ଟ୍ୱିଟ୍ କରି କହିଛନ୍ତି ଯେ, ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ହେବ। ୨୮ ଓ ୨୯ ତାରିଖ ୨ ଦିନ ରାଜ୍ୟରେ ବର୍ଷା ହେବ। ବିଶେଷ କରି ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଉଲ୍ଲେଖଯୋଗ୍ୟ, ଦୁଇ ଦିନ ତଳେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲା। ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିଲା। ଫଳରେ ଚାଷୀଙ୍କର ବର୍ଷକର ଅମଳ ପାଣିରେ ପଡ଼ି ନଷ୍ଟ ହୋଇଯାଇଥିଲା। ପୁଣି ବର୍ଷା ହେବା ନେଇ ସୂଚନା ମିଳିବା ପରେ ଚିନ୍ତାରେ ପଡ଼ିଯାଇଛନ୍ତି ଚାଷୀ।
Powered by Froala Editor