ମୁକୁଳା ଡ୍ରେନର ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
ଭୁବନେଶ୍ୱର: ଗୁରୁବାର ସକାଳୁ ରାଜଧାନୀର ମୁକୁଳା ଡ୍ରେନର ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀର ବିଭିନ୍ନ ଡ୍ରେନ ଓ ପରିମଳ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ମନ୍ତ୍ରୀଙ୍କ ସହ ବିଏମ୍ସି ଏବଂ ବିଡିଏର ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି। ପ୍ରବାସୀ ଭାରତୀୟ ଦିବସ କାର୍ୟ୍ୟକ୍ରମ ଆୟୋଜନ କରିବା ଓଡ଼ିଶା ପାଇଁ ଗର୍ବର ବିଷୟ। ଆମେ ଏହାକୁ ସୂଚାରୁ ରୂପେ ସମ୍ପାଦନ କରିବୁ ବୋଲି ମନ୍ତ୍ରୀ କହିଛନ୍ତି।
ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ସଜେଇ ହେଉଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ସ୍ଥାନରେ କାନ୍ଥଗୁଡ଼ିକ ପାରମ୍ପରିକ ଚିତ୍ରକଳାରେ ଝଲସୁଛି। କେବଳ ପ୍ରବାସୀ ନୁହେଁ, ବରଂ ରାଜ୍ୟବାସୀ ମଧ୍ୟ ଏହି ଚିତ୍ରକଳାକୁ ଉପଭୋଗ କରିପାରିବେ। ସକାଳୁ ସନ୍ଧ୍ୟା ପର୍ୟ୍ୟନ୍ତ ଆମର ଚିତ୍ରଶିଳ୍ପୀ ଭଉଣୀଭାଇମାନେ କାମ କରୁଛନ୍ତି। ସରକାରଙ୍କ ଏଭଳି କାର୍ୟ୍ୟକ୍ରମ ଦ୍ୱାରା ବହୁ ଚିତ୍ରଶିଳ୍ପୀ ଉପକୃତ ହେଉଥିବାବେଳେ ସେମାନଙ୍କ ପ୍ରତିଭା ମଧ୍ୟ ଦେଖିବାକୁ ମିଳୁଛି।
Powered by Froala Editor