ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍ପତି
ଭୁବନେଶ୍ୱର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି ସେ ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍ରେ ହରି ବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ଏଥିନିମନ୍ତେ ରାଜଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା।ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବାଚସ୍ପତି ସୁରମା ପାଢ଼ୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଶପଥ ଗ୍ରହଣ ଉତ୍ସବ ପରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା।
Powered by Froala Editor