ଆଜିଠୁ ପୁଣି ଆରମ୍ଭ ରତ୍ନଭଣ୍ଡାର ମରାମତି କାର୍ୟ୍ୟ
ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ୟ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି।
ପଥର ପଥର ଭିତରେ ଲୁହା ଛଡରେ ଜଏଣ୍ଟ କରାଯାଇଥିବାରୁ ଲୁହା ଛଡ ଫୁଲିବା ଯୋଗୁଁ ପଥରରେ ଫାଟ ହୋଇଛି। ଫାଟ ଯୋଗୁଁ ସମସ୍ତ ପଥର ପରିବର୍ତ୍ତନ କରାଯିବ। ପରେ ଲୁହା ବିମ ଗୁଡିକ କଳଙ୍କି ଲାଗିଯାଇଥିବାରୁ ଜଗମୋହନ ଭଳି ଷ୍ଟିଲ ବିମ ଲଗାଯିବ।
ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାର ସଂରକ୍ଷଣ କାର୍ୟ୍ୟ ଶେଷ ପରେ ରତ୍ନଭଣ୍ଡାରର ବାହାର ପଟ ମରାମତି କରାଯିବ। ଦ୍ୱିତୀୟ ଭୋଗମଣ୍ଡପ ପରେ ମରାମତି କାମ ହେବ । ଏହି ସମୟରେ ଭିତରକାଠ ଦର୍ଶନ ବନ୍ଦ ରହିବ ।ଅନ୍ୟପଟେ ଆଜିଠୁ ଶ୍ରୀମନ୍ଦିର ଚାରି ଦ୍ୱାରରେ ପ୍ରବେଶ କରିବେ ଶ୍ରଦ୍ଧାଳୁ ।
Powered by Froala Editor