ଆଜି କୋଣାର୍କ ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବେ ଏସ୍. ଜୟଶଙ୍କର
ଭୁବନେଶ୍ବର : ପ୍ରବାସୀ ଭାରତୀୟ ଦିବସ ୮ରୁ ଅନୁଷ୍ଠିତ ହେବ। ଏହାପୂର୍ବରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍. ଜୟଶଙ୍କର। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟମାନେ ସ୍ବାଗତ କରିଛନ୍ତି। ୧୦ ତାରିଖ ପର୍ଯ୍ୟନ୍ତ ସେ ଓଡ଼ିଶାରେ ରହିବେ। ଆଜି ସେ କୋଣାର୍କ ସୂର୍ଯ୍ୟମନ୍ଦିର ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବେ। ପରେ ଡ. ଜୟଶଙ୍କର ରଘୁରାଜପୁର ଏବଂ ଧଉଳି ଯିବେ। ସେଠାରୁ ଶ୍ରୀଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଆସନ୍ତା ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ସେ ଉପସ୍ଥିତ ରହିବେ। ୧୦ ତାରିଖରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି। ଓଡ଼ିଶାରେ ଭବ୍ୟ ଭାବେ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଆୟୋଜିତ ହେଉଥିବା ଡ. ଜୟଶଙ୍କର କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି।
Powered by Froala Editor