ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର: ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହେବ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ୟ୍ୟକ୍ରମ ରହିଛି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ମିଳିବ ସ୍ୱାସ୍ଥ୍ୟସେବା।
ଉଲ୍ଲେଖ ଯୋଗ୍ୟ, ରାଜ୍ୟ ସରକାର ଆସନ୍ତା ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ୟ୍ୟକ୍ଷମ କରାଇବେ। ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି।
Powered by Froala Editor