ଚଳିତ ମାସରୁ ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଗୁରୁବାର ରାଜ୍ୟ ସରକାର ପଦ୍ମ ବିଜେତାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଚଳିତ ଜାନୁଆରୀ ମାସରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।
ପୂର୍ବରୁ ଏନେଇ ନିଷ୍ପତ୍ତି ନିଆଯାଇଥିବା ବେଳେ ଗୁରୁବାର ଏହାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।
ସୂଚନା ଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ୫୫ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ସରକାର ପ୍ରଦାନ କରିବେ। ଏଥିପାଇଁ ବର୍ଷକୁ ରାଜକୋଷରୁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମ ବିଭୂଷଣ ପୁରସ୍କାର ପାଇଥିବା ବ୍ୟକ୍ତି ବିଶେଷଙ୍କୁ ଏହି ସମ୍ମାନ ରାଶି ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।
Powered by Froala Editor