Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

ରାଜ୍ୟ
Home ›› ରାଜ୍ୟ ››ଆଜି ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀର ଦ୍ଵିତୀୟ ଦିନ

ଆଜି ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀର ଦ୍ଵିତୀୟ ଦିନ

2025-01-21 04:19:47
14234
Share:
Facebook
Twitter
E-Mail
WhatsApp
Telegram
ଆଜି ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀର ଦ୍ଵିତୀୟ ଦିନ

ଭୁବନେଶ୍ବର : ଓଡ଼ିଶାରେ ରହିଛି ଭରପୂର ପ୍ରାକୃତିକ ସମ୍ବଳ। ମାଟି ଆମର ରତ୍ନଗର୍ଭା। ଓଡ଼ିଶାରେ ଲିଥିୟମ ଖଣି ମିଳିବା ଇ-ବ୍ୟାଟେରୀ ଶିଳ୍ପ ପାଇଁ ଏକ ଶୁଭ ଖବର। ତେବେ ପରିବେଶ ସୁରକ୍ଷା ଦୃଷ୍ଟିରେ ଆମକୁ ଖଣିଜ ସମ୍ପଦର ନିରନ୍ତର ବ୍ୟବହାର ଉପରେ ଗୁରୁତ୍ବ ଦେଇ କାର୍ଯ୍ୟ କରିବାକୁ ପଡ଼ିବ। ତେଣୁ ଆମକୁ ରପ୍ତାନୀଭିତ୍ତିକ ଅର୍ଥନୀତି ବଦଳରେ ବ୍ୟବହାର ଉପଯୋଗୀ ଅର୍ଥନୀତି ପାଇଁ ରାସ୍ତା ବାହାର କରିବାକୁ ପଡ଼ିବ ବୋଲି ତୃତୀୟ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀକୁ ଉଦଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଏହି ସମ୍ମିଳନୀ ସୋମବାର କୋଣାର୍କଠାରେ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଖଣିଜ ସମ୍ପଦ ଭରପୂର ରାଜ୍ୟ ଓଡ଼ିଶାରେ ଖଣିମନ୍ତ୍ରୀଙ୍କ ସମ୍ମିଳନୀ ହେବା ଖୁବ୍ ଗୁରୁତ୍ବପୂର୍ଣ୍ଣ। ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ସପ୍ତା‌ହେ ସମୟ ରହିଥିବାବେଳେ ଏହି ସମ୍ମିଳନୀ ଆୟୋଜନର ଅଧିକ ତାତ୍ପର୍ଯ୍ୟ ରହିଛି। ଦେଶରେ ବ୍ୟବହୃତ ସମସ୍ତ ଖଣିଜ ସମ୍ପଦର ଦୁଇ-ତୃତୀୟାଂଶ ଓଡ଼ିଶା, ଛତିଶଗଡ଼ ଏବଂ ଝାଡ଼ଖଣ୍ଡରୁ ମିଳିଥାଏ। ଏହି ତିନି ରାଜ୍ୟ ଦେଶର ପୂର୍ବ ଭାଗରେ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବୋଦୟ ବିକାଶ କଥା ଉଠାଇ ମୁଖ୍ୟମନ୍ତ୍ରୀ କହିଥିଲେ, ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନରେ ଏହି ତିନି ରାଜ୍ୟର ପ୍ରମୁଖ ଭୂମିକା ରହିବ। ବିଶେଷ କରି ଓଡ଼ିଶା ଏହାର ‌ନେତୃତ୍ଵ ନେବ। ଓଡ଼ିଶାକୁ ଭାରତର ଇସ୍ପାତ ରାଜଧାନୀ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ, ଦେଶର ମୋଟ ଉତ୍ପାଦର ୨୫ ପ୍ରତିଶତ ଓଡ଼ିଶାର। ୨୦୩୦ ସୁଦ୍ଧା ଏହା ଆହୁରି ବୃଦ୍ଧି ପାଇବ। ରାଜ୍ୟ‌ରେ ଶିଳ୍ପ ବିକାଶ ପାଇଁ ସରକାର ଅନେକ ନିବେଶ ଅନୁକୂଳ ପଦକ୍ଷେପ ଏବଂ ଯୋଜନା ହାତକୁ ନେଇଛନ୍ତି। ବିଜେପି ସରକାର ରାଜ୍ୟରେ କ୍ଷମତାକୁ ଆସିବା ପରେ ଶିଳ୍ପ ଅନୁକୂଳ ନୀତି ଗ୍ରହଣ କରିଥିଲେ। ସେଥିପାଇଁ ଅନେକ ଶିଳ୍ପ ସଂସ୍ଥାରୁ ପୁଞ୍ଜି ନିବେଶ ନେଇ ପ୍ରସ୍ତାବ ଆସିଥିବାବେଳେ ୮ଟି ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଶିଳ୍ପାୟନ ସହିତ ପରିବେଶ ସୁରକ୍ଷାର ଗୁରୁତ୍ବ ରହିଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ସବୁଜ ବୈଷୟିକ ଜ୍ଞାନ ଏବଂ ଅକ୍ଷୟ ଶକ୍ତିର ଉପଯୋଗ କରି ସବୁଜ ଶିଳ୍ପାୟନ ଉପରେ ସେ ଗୁରୁତ୍ବାରୋପ କରିଥିଲେ। ୨୦୩୦ ସୁଦ୍ଧା ଭାରତ ୫୦୦ ଗିଗାୱାଟ ଅକ୍ଷୟ ଶକ୍ତି ଉତ୍ପାଦନ କରିପାରିବ। ଭାରତ ଏବେ ୨୦% ଶକ୍ତି ଉତ୍ପାଦନ ସୌରଶକ୍ତି ମାଧ୍ୟମରେ କରୁଛି। ଆଗାମୀ ଦିନରେ ସବୁଜ ହାଇଡ୍ରୋଜେନ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶା ଅଗ୍ରଣୀ ଭୂମିକା ଗ୍ରହଣ କରିବ। ଶିଳ୍ପ ଅନୁକୂଳ ଭିତ୍ତିଭୂମି ଏବଂ ଇଜ୍ ଅଫ୍ ଡୁଇଂ ବିଜନେସ୍ ପରି ନୀତି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିଛି। ଏହାସହିତ ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର ଥିବାରୁ ଓଡ଼ିଶାର ଶିଳ୍ପ ବିକାଶ ବିଶ୍ବସ୍ତରୀୟ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି। ତିନିଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ କୋଣାର୍କ ଇକୋ ରିଟ୍ରିଟ ମହୋତ୍ସବ ସମ୍ମେଳନ କକ୍ଷଠାରେ ଚାଲିଥିବାବେଳେ ଏଥିରେ କେନ୍ଦ୍ରୀୟ କୋଇଲା ଓ ଖଣି ମନ୍ତ୍ରୀ ଜି କିଷନ ରେଡ୍ଡୀ ଉପସ୍ଥିତ ରହିଛନ୍ତି। ବୁଧବାର ଅପରାହ୍ଣରେ ଏହା ଉଦ୍‌ଯାପିତ ହେବ। ଅନ୍ୟମାନଙ୍କ ମଧ୍ୟରେ ଜଗତସିଂହପୁର ସାଂସଦ ଡ. ବିଭୁପ୍ରସାଦ ତରାଇ, ଛତିଶଗଡ ଓ ତେଲେଙ୍ଗାନା ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଓଡ଼ିଶା, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ, ଗୁଜରାଟ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ରାଜସ୍ଥାନ, ପଞ୍ଜାବ, ତେଲଙ୍ଗାନା, ତାମିଲନାଡୁ ସମେତ ୧୧ଟି ରାଜ୍ୟର ଖଣିମନ୍ତ୍ରୀ, ଶିଳ୍ପପତି, ଖଣି ମନ୍ତ୍ରଣାଳୟର ଅଧିକାରୀ, ବିଭିନ୍ନ ରାଜ୍ୟର ପ୍ରତିନିଧି ଅଂଶଗ୍ରହଣ କରିଛନ୍ତି। ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିଭିନ୍ନ ରାଜ୍ୟରେ ଗଚ୍ଛିତ ଖଣିଜସମ୍ପଦର ସଦୁପଯୋଗ କରି ବେକାର ଯୁବକ ଯୁବତୀଙ୍କୁ କର୍ମସଂସ୍ଥାନ ଯୋଗାଇ ଦେବାକୁ ବିଭିନ୍ନ ରାଜ୍ୟର ଖଣିମନ୍ତ୍ରୀ ଓ ସଚିବଙ୍କୁ ଆହ୍ବାନ ଦେଇଥିଲେ।

 

Powered by Froala Editor

Tags National minning ministers conference

Related articles Odisha News Lens 4.1

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15217
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13607
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15508
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13530
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13925
    Oct 14, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14343
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14943
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14984
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15652
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14943
    Oct 15, 2026
  • ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14984
    Oct 14, 2026
  • ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15508
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17181
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17874
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17824
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18244
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14586
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14691
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15696
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14370
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16105
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13754
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14343
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15652
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15217
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In