ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପଙ୍କ ପାଇଁ ବଢ଼ିଲା ଅଡ଼ୁଆ
ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କ ଅଡ଼ୁଆ ବଢ଼ିଛି । ମାନ୍ୟବର ସୁପ୍ରିମକୋର୍ଟ ମାମଲାକୁ ବିଚାର ପାଇଁ ଗ୍ରହଣ କରିଥିବା ଜଣାଯାଇଛି । ୪ ସପ୍ତାହ ଭିତରେ ମାମଲା ସମ୍ପର୍କରେ ଜବାବ ଦାଖଲ କରିବାକୁ ମାନ୍ୟବର ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ସୁପ୍ରମିକୋର୍ଟଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଜବାବ ତଲବ କରାଯାଇଛି । ମୃତ କୁଳମଣୀ ବରାଳଙ୍କ ପୁଅ ରଞ୍ଜିତ ବରାଳ ଏନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏଥିସହ ୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସୁପ୍ରିମକୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି ମିଳିଥିଲା। ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ତଦନ୍ତର ସମ୍ମୁଖୀନ ହେବେ ବୋଲି, ନିମ୍ନ ଅଦାଲତ ଯେଉଁ ନିର୍ଦେଶ ଦେଇଥିଲେ, ତାକୁ ରଦ୍ଦ କରିଥିଲାହାଇକୋର୍ଟ।
୨୦୨୩ ସେପ୍ଟେମ୍ବର ୨୫ରେ ସାଲେପୁର ଜେଏମଏଫସି ନିର୍ଦେଶ ଦେଇଥିଲେ କି, ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ତଦନ୍ତର ସମ୍ମୁଖୀନ ହେବେ। ଉକ୍ତ ନିର୍ଦେଶକୁ ଚ୍ୟାଲେଞ୍ଜ କରି ପ୍ରତାପ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନର ପ୍ରାରମ୍ଭିକ ଶୁଣାଣି କରି ହାଇକୋର୍ଟ ଜେଏମଏଫସି ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ। ପରେ ପ୍ରତାପଙ୍କ ଆବେଦନର ଚୂଡାନ୍ତ ରାୟ ଆସିଥିଲା। ନିମ୍ନ ଅଦାଲତଙ୍କ ରାୟକୁ ହାଇକୋର୍ଟ ରଦ୍ଦ କରିଥିଲେ।ସୂଚନାଯୋଗ୍ୟ ଯେ, ଗତ ୨୦୨୧ ମସିହା ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟାସିଂହ ବରାଳଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା । ଡିସେମ୍ବର ୯ ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତା ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ମାମଲାର ଶୁଣାଣି କରି କଟକ ସାଲେପୁର ଅତିରିକ୍ତ ଦୌରାଜଜ୍ କୋର୍ଟ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।
Powered by Froala Editor