ଶପଥ ନେଲେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଧାମି
ରବିବାର ଉତ୍ତରାଖଣ୍ଡର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ବିଜେପି ବିଧାୟକ ପୁଷ୍କର ସିଂ ଧାମି ଶପଥ ଗ୍ରହଣ କରିଛନ୍ତି । ଡେରାଡୁନସ୍ଥିତ ରାଜଭବନଠାରେ ଅନୁଷ୍ଠିତ ସମାରୋହରେ ରାଜ୍ୟପାଳ ବେବି ରାଣୀ ମୌର୍ୟ୍ୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।
ଶପଥ ସମାରୋହ ପୂର୍ବରୁ ଧାମିଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏବଂ ତିରଥ ସିଂ ରାୱତ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଉଦ୍ଧମ ସିଂ ନଗର ଜିଲ୍ଲର ଖାତିମା ବିଧାନସଭାରୁ ପୁଷ୍କର ସିଂ ଧାମି ଦୁଇଥର ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ଧାମି ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରେ ରାଜ୍ୟରେ ସେ ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶପଥ ଗ୍ରହଣ ସମାରୋହରେ ଉତ୍ତରାଖଣ୍ଡ ସରକାରଙ୍କ ସମସ୍ତ କ୍ୟାବିନେଟ ମନ୍ତ୍ରୀ ଏବଂ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ରହିଛନ୍ତି।
ପୁଷ୍କର ସିଂ ଧାମି ରବିବାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପୂର୍ବରୁ ଦଳର କିଛି ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଥିଲା। ହେଲେ ସେହି ନେତାମାନଙ୍କୁ ଧାମି ମନାଇଥିବା ଜଣାପଡ଼ିଛି। ନୂଆ ରାଜ୍ୟ କ୍ୟାବିନେଟରେ ସତପାଲ ମହାରାଜ, ହରକ ସିଂ ରାଓ୍ବତ, ବଂଶୀଧର ଭଗତ, ୟସପାଲ ଆର୍ୟ୍ୟ, ବିଶନ ସିଂ ଚୌପାଲ, ସୁବୋଧ ଉନିଆଲ, ଅରବିନ୍ଦ ପାଣ୍ଡେ, ଧବନ ସିଂ ରାଓ୍ବତ, ରେଖା ଆର୍ୟ୍ୟ ଓ ୟତିସ୍ବରାନନ୍ଦ ମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି ।
Powered by Froala Editor