Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

ଖେଳ ଖବର
Home ›› ଖେଳ ଖବର ››ଟୋକିଓ ଅଲିମ୍ପିକରେ କିଟ୍‍ରୁ ୩ ଖେଳାଳି

ଟୋକିଓ ଅଲିମ୍ପିକରେ କିଟ୍‍ରୁ ୩ ଖେଳାଳି

2021-07-05 02:56:00
20440
Share:
Facebook
Twitter
E-Mail
WhatsApp
Telegram
ଟୋକିଓ ଅଲିମ୍ପିକରେ କିଟ୍‍ରୁ ୩ ଖେଳାଳି

ଚଳିତବର୍ଷ ଟୋକିଓ ଅଲିମ୍ପିକ୍‍ସରେ କିଟ୍‍ ବିଶ୍ୱବିଦ୍ୟାଳୟର ୩ ଜଣ ଛାତ୍ରଛାତ୍ରୀ ଓ ଜଣେ ଡାକ୍ତରଙ୍କୁ ମିଶାଇ ମୋଟ ୪ଜଣ ପ୍ରତିନିଧି ଅଂଶଗ୍ରହଣର ସୁଯୋଗ ପାଇଛନ୍ତି। ସମଗ୍ର ଭାରତରେ କିଟ୍‍ ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ ଏହି ସୌଭାଗ୍ୟର ଅଧିକାରୀ ହୋଇପାରିଛି। ଗୋଟିଏ ବିଶ୍ୱବିଦ୍ୟାଳୟରୁ ୩ଜଣ ଖେଳାଳି ଅଲିମ୍ପିକ୍‍ସରେ ଅଂଶଗ୍ରହଣ କରିବା ରାଜ୍ୟ ତଥା ଦେଶ ପାଇଁ ଗୌରବର ବିଷୟ ବୋଲି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସୂଚନା ଦେଇଛନ୍ତି। ରବିବାର ଭୁବନେଶ୍ୱରରେ ଭର୍ଚୁଆଲରେ ଆୟୋଜିତ ଜାତୀୟସ୍ତରର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ ଶ୍ରୀ ସାମନ୍ତ କହିଛନ୍ତି, କିଟ୍‍ ଓ କିସ୍‍ ସର୍ବଦା ଶିକ୍ଷା ସହ କ୍ରୀଡ଼ାକୁ ପ୍ରାଧାନ୍ୟ ଦେଇ ଆସୁଥିବା ବେଳେ କ୍ରୀଡ଼ା କ୍ଷେତ୍ର ପ୍ରତି କିଟ୍‍ ଓ କିସ୍‍ର ଯଥେଷ୍ଟ ଅବଦାନ ରହିଛି। କିସ୍‍ ମାଧ୍ୟମରେ ହଜାର ହଜାର କ୍ରୀଡ଼ାବିତ୍‍ଙ୍କୁ ସୁଯୋଗ ଦିଆଯାଇଥିବା ବେଳେ କିଟ୍‍ ବିଶ୍ୱବିଦ୍ୟାଳୟ ଜରିଆରେ ମଧ୍ୟ ବହୁ ଛାତ୍ରଛାତ୍ରୀ ଜାତୀୟ ଓ ଆନ୍ତର୍ଜାତୀୟସ୍ତରର ଖୋଳାଳି ଭାବେ ସୁଯୋଗ ପାଇଛନ୍ତି। ନିକଟରେ ଟୋକିଓରେ ଅନୁଷ୍ଠିତ ହେବାକୁ ଯାଉଥିବା ଅଲିମ୍ପିକ୍‍ସରେ ଭାରତ ତଥା ଓଡ଼ିଶାର ଗର୍ବ ଓ ଗୌରବ କିଟ୍‍ ଛାତ୍ରୀ ଦୂତୀ ଚାନ୍ଦ ଦ୍ୱିତୀୟ ଥର ପାଇଁ ଦୁଇଟି ଇଭେଣ୍ଟରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି। ଏକମାତ୍ର ଭାରତୀୟ ଭାବେ ଦୂତୀ ଚାନ୍ଦ ଦ୍ୱିତୀୟ ଥର ଅଲିମ୍ପିକ୍‍ସରେ ୧୦୦ ଓ ୨୦୦ ମିଟର ଦୌଡ଼ ଭଳି ଦୁଇଟି ଇଭେଣ୍ଟରେ ଅଂଶଗ୍ରହଣ କରିବାର ସୁଯୋଗ ପାଇଛନ୍ତି।

ଦୂତୀଙ୍କ ବ୍ୟତୀତ କିଟ୍‍ ବିଶ୍ୱବିଦ୍ୟାଳୟର ଆଉ ଦୁଇ ଛାତ୍ରଛାତ୍ରୀ ମଧ୍ୟ ଟୋକିଓ ଅଲିମ୍ପିକ୍‍ସରେ ଅଂଶ ଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି । ସେମାନେ ହେଲେ ଅସି ଚାଳିକା ସି ଏ ଭବାନୀ ଦେବୀ ଏବଂ ଜାଭେଲିନ୍‍ ଥ୍ରୋ ଖେଳାଳି ଶିବପାଲ୍‍ ସିଂହ। ସି ଏ ଭବାନୀ ଦେବୀ ଏବେ କିଟରେ ପିଏଚ୍‍ଡି କରୁଛନ୍ତି। ଭବାନୀ ଦେବୀ ଏକମାତ୍ର ଓ ପ୍ରଥମ ଭାରତୀୟ ଅସି ଚାଳିକା ଭାବେ ଅଲିମ୍ପିକ୍‍ସରେ ଅଂଶଗ୍ରହଣ କରୁଛନ୍ତି। ଗତ ମାର୍ଚ୍ଚ ମାସରେ ହଙ୍ଗେରୀରେ ଅନୁଷ୍ଠିତ ବିଶ୍ୱକପରେ ଉତ୍ତମ ପ୍ରଦର୍ଶନ ସହ ଟୋକିଓ ଅଲିମ୍ପିକ୍‍ସ ପାଇଁ ଯୋଗ୍ୟତା ହାସଲ୍‍ କରିଛନ୍ତି। ତାଙ୍କର ବିଶ୍ୱ ର‌୍ୟାଙ୍କ ୪୨ ରହିଥିବା ବେଳେ ୨୦୧୮ରେ ଅଷ୍ଟ୍ରିଆରେ ଅନୁଷ୍ଠିତ ବରିଷ୍ଠ ରାଜ୍ୟଗୋଷ୍ଠୀ ଅସିଚାଳନା ଚାମ୍ପିଅନ୍‍ସିପରେ ସ୍ୱର୍ଣ୍ଣପଦକ ହାସଲ କରିବାରେ ପ୍ରଥମ ଭାରତୀୟ ହେବାର ଗୌରବ ଅର୍ଜନ କରିଛନ୍ତି। କିଟ୍‍ ବିବିଏ ଛାତ୍ର ଶିବପାଲ୍‍ ସିଂହ ମାର୍ଚ୍ଚ ମାସରେ ଦକ୍ଷିଣ ଆଫ୍ରିକାର ଏସିଏନ୍‍ଡବ୍ଲ୍ୟୁ ମିଟ୍‍ରେ ୮୫.୪୭ ମିଟର ଜାଭେଲିନ୍‍ ଥ୍ରୋ କରି ସ୍ୱର୍ଣ୍ଣ ପଦକ ସହ ଅଲିମ୍ପିକସପାଇଁ ଯୋଗ୍ୟତା ହାସଲ୍‍ କରିଛନ୍ତି। ଭାରତର ଅନ୍ୟତମ କ୍ରୀଡ଼ାବିତ୍‍ ନିରଜ ଚୋପ୍ରାଙ୍କ ସହ ଶିବପାଲ୍‍ ଜାଭେଲିନ୍‍ ଥ୍ରୋରେ ଭାରତର ପ୍ରତିନିଧିତ୍ୱ କରିବେ। ସେହିପରି ଭାରତୀୟ ପୁରୁଷ ହକି ଦଳରେ ଡାକ୍ତର ଭାବେ କିମ୍‍ସର ଡାକ୍ତର ସୁଦୀପ ଶତପଥୀ ମନୋନୀତ ହୋଇ ଜାପାନ ଗସ୍ତ କରୁଛନ୍ତି। ଡା. ଶତପଥୀ ପୂର୍ବରୁ ୨୦୧୬ରେ ରିଓ ଅଲିମ୍ପିକ୍‍ସରେ ସ୍ପୋର୍ଟସ ମେଡିସିନ୍‍ ଡାକ୍ତର ଭାବେ ଯୋଗ ଦେଇଥିବା ବେଳେ କ୍ଲିନିକାଲ୍‍ ଫିଜିଓଲୋଜିଷ୍ଟ ତଥା ସ୍ପୋର୍ଟସ ଆଣ୍ଡ ଏକ୍‍ସରସାଇଜ୍‍ ଫିଜିଓଲୋଜି ବିଶେଷଜ୍ଞ ଭାବେ ତାଙ୍କର ଯଥେଷ୍ଟ ଅଭିଜ୍ଞତା ରହିଛି।

ଶ୍ରୀ ସାମନ୍ତଙ୍କ ପୌରୋହିତ୍ୟରେ ରବିବାର ଏହି ଖେଳାଳିଙ୍କ ପାଇଁ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ତଥା ଇଲେକ୍ଟ୍ରୋନିକ୍‍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ମନ୍ତ୍ରୀ ତୁଷାରକାନ୍ତୀ ବେହେରା ଏବଂ ସମ୍ମାନୀୟ ଅତିଥି ଭାବେ କ୍ରୀଡ଼ା ଓ ଯୁବବ୍ୟାପାର ତଥା ପର୍ଯ୍ୟଟନ ବିଭାଗ ମୁଖ୍ୟ ସଚିବ ବିଶାଳ କୁମାର ଦେବ ପ୍ରମୁଖ ଯୋଗଦେଇଥିଲେ। କିଟ୍‍ କ୍ରୀଡ଼ା ନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିବା ବେଳେ ଶ୍ରୀ ସାମନ୍ତ ସ୍ୱାଗତ ଭାଷଣ ଦେଇ କହିଥିଲେ, ୨୦୧୩ରୁ ଦୂତୀର ସମସ୍ତ ସୁଖ ଦୁଃଖରେ କିଟ୍‍ ଓ ଶ୍ରୀ ସାମନ୍ତ ରହି ଆସିଛନ୍ତି ଏବଂ ଆଗାମୀ ଦିନରେ ମଧ୍ୟ ରହିବ। ଅଲିମ୍ପିକ୍‍ରୁ ଫେରିବା ପରେ ଦୂତୀଙ୍କ ପାଇଁ କିଟ୍‍ ତରଫରୁ ଦୁଇଟି ବଡ଼ ଉପହାର ପ୍ରଦାନ କରାଯିବ ବୋଲି ଏହି ଅବସରରେ ଶ୍ରୀ ସାମନ୍ତ ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ର ସମସ୍ତ କର୍ମଚାରୀ ଓ ଲକ୍ଷାଧିକ କ୍ରୀଡ଼ାପ୍ରେମୀ ଭର୍ଚୁଆଲରେ ଯୋଡ଼ି ହୋଇଥିଲେ।

Powered by Froala Editor

Tags Kiit , Dutee Chand , Dr Achyuta Samant

Related articles Odisha News Lens 4.1

  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15618
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14897
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14694
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13644
    Nov 18, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14372
    Nov 19, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14340
    Nov 19, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14387
    Nov 18, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14696
    Nov 19, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13869
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14340
    Nov 19, 2025
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14387
    Nov 18, 2025
  • ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14372
    Nov 19, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14340
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14328
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16143
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15158
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14436
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14315
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14694
    Nov 18, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14372
    Nov 19, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14897
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In