ମଧୁସୂଦନ ପାଢ଼ୀ ନୂଆ ରାଜ୍ୟ ନିର୍ବାଚନ କମିସନର
ଓଡ଼ିଶାର ନିର୍ବାଚନ କମିସନର ବଦଳିଛନ୍ତି। ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ମଧୁସୂଦନଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି ।
ଭାରତର ସମ୍ବିଧାନର ଧାରା ‘୨୪୩-କେ’ର ଧାରା (୧) ଅନୁଯାୟୀ ଓଡ଼ିଶା ରାଜ୍ୟପାଳ ଡ. ହରିବାକୁ କୁମ୍ଭମପତି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ବିଜ୍ଞପ୍ତିରେ ପ୍ରକାଶ ପାଇଛି ।
ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର। ଦୀର୍ଘବର୍ଷର କ୍ୟାରିୟର ମଧ୍ୟରେ ମଧୁସୂଦନ ପାଦୀ ବିଭିନ୍ନ ପଦବୀରେ ଓଡ଼ିଶା ସରକାରଙ୍କ ପାଇଁ କାର୍ଯ୍ୟ କରିଥିଲେ।
ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ ପ୍ରଥମେ କାର୍ଯ୍ୟ କରିଥିଲେ ଏବଂ ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ। ସେ ଓମଫେଡ୍ର ପରିଚାଳନା ନିର୍ଦ୍ଦେଶକ, ଖାଦ୍ୟ ଯୋଗାଣ ବିଭାଗର ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିଥିଲେ।
Powered by Froala Editor