ମହାକୁମ୍ଭରେ ଦଳାଚକଟା, ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରୟାଗରାଜ ମହାକୁମ୍ଭରେ ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଏହି ଘଟଣାରେ ଭକ୍ତମାନେ ନିଜ ପରିବାରର ସଦସ୍ୟଙ୍କୁ ହରାଇଛନ୍ତି। ତାଙ୍କ ପ୍ରତି ମୋର ଗଭୀର ସମବେଦନା। ଏହା ସହିତ ମୁଁ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ସ୍ଥାନୀୟ ପ୍ରଶାସନ ପୀଡିତଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇବାରେ ନିୟୋଜିତ ଅଛନ୍ତି। ଏହି ସମ୍ପର୍କରେ ମୁଁ ମୁଖ୍ୟମନ୍ତ୍ରୀ ଯୋଗୀ ଜୀଙ୍କ ସହ କଥା ହୋଇଛି ଏବଂ ମୁଁ ନିରନ୍ତର ରାଜ୍ୟ ସରକାରଙ୍କ ସହିତ ଯୋଗାଯୋଗରେ ଅଛି।
ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଫୋନରେ ଚାରି ଥର କଥା ହୋଇଥିଲେ। ଆହତମାନଙ୍କୁ ଯଥାଶୀଘ୍ର ଡାକ୍ତରଖାନା ପଠାଇବା ଏବଂ ଉଦ୍ଧାର କାର୍ୟ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
Powered by Froala Editor