ପ୍ରୟାଗରାଜରେ ଦଳାଚକଟା : ୩୦ ମୃତ

ବିଶ୍ବର ଏହି ସର୍ବ ବୃହତ ଧାର୍ମିକ ଆୟୋଜନ ପ୍ରୟାଗରାଜରେ ଘଟି ଯାଇଛି ବଡ ଅଘଟଣ। ଅମୃତ ସ୍ନାନ ସମୟରେ ଦଳାଚକଟା କାରଣରୁ ଅନ୍ୟୁନ ୩୦ ଜଣ ପ୍ରାଣ ହରାଇଥିବା କୁହାଯାଉଛି। ମୃତକଙ୍କ ସଂଖ୍ୟା ୩୦ ବୋଲି କୁହାଯାଉଥିଲେ ହେଁ ପ୍ରକୃତ ସଂଖ୍ୟା ଅଧିକ ହୋଇଥିବା ଆଶଙ୍କା କରାଯାଉଛି।
ଜାନୁଆରୀ ୧୩ରୁ ଆରମ୍ଭ ହୋଇଥିବା ମହାକୁମ୍ଭରେ ଏପର୍ଯ୍ୟନ୍ତ ପ୍ରାୟ ୨୦ କୋଟି ଲୋକ ଗଙ୍ଗାରେ ବୁଡ଼ ପକାଇ ସାରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଅଧିକ ଭିଡ କାରଣରୁ ଏଭଳି ଦୁର୍ଘଟଣା ଘଟିଥିଲା। ମୌନି ଅମାବାସ୍ୟା କାରଣରୁ ଅସମ୍ଭାଳ ଭିଡ ହୋଇଥିବା ବେଳେ ଦଳାଚକଟା ପରସ୍ଥିତି ଉପୁଜିଥିଲା। ଏହି ଦଳାଚକଟାରେ ୩୦ ଜଣଙ୍କ ମୃତ୍ୟୁ ଆଶଙ୍କା କରାଯାଉଥିବା ବେଳେ ଆହତଙ୍କ ସଂଖ୍ୟା ୫୦ରୁ ଅଧିକ ଥିବା କୁହାଯାଇଛି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରମୁଖ ଶୋକ ବ୍ୟକ୍ତ କରିବା ସହ ସୋସିଆଲ ମିଡିଆରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।
Powered by Froala Editor