ବିଦ୍ୟୁତ ଖୁଣ୍ଟରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ବିଦ୍ୟୁତ ଖୁଣ୍ଟରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ରାଣୀହାଟ ତାଳଦଣ୍ଡା କେନାଲ କୂଳ ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।
ସୂଚନା ଅନୁସାରେ, ରାଣୀହାଟ ପୋଲ ନିକଟରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟିରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବାର ସ୍ଥାନୀୟାଲୋକେ ଦେଖିବାକୁ ପାଇଥିଲେ । ସ୍ଥାନୀୟ ଲୋକ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି । ହେଲେ ବର୍ତ୍ତମାନ ଯାଏଁ ମୃତ୍ୟୁର ସଠିକ କାରଣ ଜଣାପଡିନାହିଁ ।
Powered by Froala Editor