ବିଡିଓଙ୍କ ଗାଡି ଧକ୍କାରେ ସ୍କୁଟି ଆରୋହୀ ମୃତ
କୁଚିଣ୍ଡା : ବିଡିଓଙ୍କ ଗାଡି ଧକ୍କାରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ମଙ୍ଗଳବାର ମନ୍ତ୍ରୀମୁଣ୍ଡା ଛକରେ ଘଟିଛି । କୁଚିଣ୍ଡାକୁ ଫେରୁଥିବା ସମୟରେ ଗାଡି ଧକ୍କାରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ବିଡିଓଙ୍କ ଗାଡିର ଚାଳକକୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
Powered by Froala Editor