KIIT ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୫ ଗିରଫଙ୍କୁ ଜାମିନ୍

KIIT ବିଶ୍ବବିଦ୍ୟାଳୟ ଛାତ୍ରୀ ପ୍ରକୃତି ଲାମ୍ସା(୧୯)ଙ୍କ ମୃତ୍ୟୁ ମାମଲାରେ ଗିରଫ ହେବାର କିଛି ଘଣ୍ଟା ମଧ୍ୟରେ 5ଜଣଙ୍କୁ ମିଳିଗଲା ଜାମିନ୍ । ଅଦାଲତ ନିର୍ଦ୍ଦେଶକ ଶିବାନନ୍ଦ ମିଶ୍ର, ପ୍ରତାପ ଚମ୍ପତି, ସୁଧୀର ରଥଙ୍କୁ ଜାମିନଙ୍କ ସମେତ ସୁରକ୍ଷାକର୍ମୀ ରମାକାନ୍ତ ନାୟକ ଓ ଯୋଗେନ୍ଦ୍ର ବେହେରାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଣେ ଜାମିନଦାର ଓ ୨୦ ହଜାର ଟଙ୍କା ବେଲ୍ବଣ୍ଡରେ ଜାମିନ ଆଧାରରେ କୋର୍ଟ ଏହି ଜାମିନ ପ୍ରଦାନ କରିଛନ୍ତି। ବର୍ତ୍ତମାନ ସମସ୍ତଙ୍କୁ ଜେଏମଏଫସି କୋର୍ଟରୁ ଜାମିନ୍ ମିଳିଛି।
ଏହି ମାମଲାକୁ ନେଇ ବର୍ତ୍ତମାନ ଆକ୍ସନ ମୋଡରେ ରହିଛନ୍ତି ରାଜ୍ୟ ସରକାର । ତଦନ୍ତ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି ।
ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି, ଅତିରିକ୍ତ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହିତ ଘଟଣାର ତଦନ୍ତ କରାଯାଇଥିଲା। ଏହି ତଦନ୍ତ ବେଳେ ଯେଉଁ ତଥ୍ୟ ମିଳିଲା, ଏହି କଥାକୁ ଆହୁରି ପରୀକ୍ଷା ନିରୀକ୍ଷା କରାଯିବାର ଆବଶ୍ୟକତା ରହିଛି। ଏଥି ପାଇଁ ଉଚ୍ଚସ୍ତରୀୟ କମଟ ଗଠନ କରାଯାଇଛି।
Powered by Froala Editor