କମିଶନର ଭାବେ ଦାୟିତ୍ବ ନେଲେ ଜ୍ଞାନେଶ କୁମାର

ନୂଆଦିଲ୍ଲୀ: ନୂଆ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ଜ୍ଞାନେଶ କୁମାର । ରାଜୀବ କୁମାରଙ୍କ ସ୍ଥାନରେ ସେ ଦାୟିତ୍ବ ନେଇଛନ୍ତି। ଦାୟିତ୍ବ ନେବା ପରେ ଜ୍ଞାନେଶ କୁମାର କହିଛନ୍ତି, ରାଷ୍ଟ୍ର ନିର୍ମାଣ ପାଇଁ ପ୍ରଥମ ପଦକ୍ଷେପ ହେଉଛି ମତଦାନ । ୧୮ ବର୍ଷରୁ ଅଧିକ ଭାରତର ସମସ୍ତ ନାଗରିକ ଭୋଟ୍ ଦେବା ଆବଶ୍ୟକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ଚୟନ ବୈଠକରେ ମୁଖ୍ୟ ନିର୍ବାଚନ କମିଶନର ଭାବରେ ଜ୍ଞାନେଶ କୁମାରଙ୍କ ନାଁ ଉପରେ ମୋହର ବାଜିଥିଲା । ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ହେଉଛନ୍ତି ଜ୍ଞାନେଶ କୁମାର । ୨୬ ଜାନୁଆରୀ ୨୦୨୯ ପର୍ୟ୍ୟନ୍ତ ସେ ଦାୟିତ୍ବରେ ରହିବେ । ଏହି ସମୟରେ ୨୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ରହିଛି ।
Powered by Froala Editor