ଅଚ୍ୟୁତ ସାମନ୍ତଙ୍କୁ ହାଜର ପାଇଁ ଉଚ୍ଚଶିକ୍ଷା ବିଭାଗର ଚିଠି

KIIT ଛାତ୍ରୀ ଆତ୍ମହତ୍ୟା ଘଟଣାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ କୁହାଯାଇଛି । ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, କିଟ୍ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍ସଲ୍ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।
ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍ବେଗ ପ୍ରକାଶ ପାଇଛି। ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ କିଟ ପ୍ରତିଷ୍ଠାତାଙ୍କ ଅଡୁଆ ବଢ଼ିବାରେ ଲାଗିଛି । ନେପାଳୀ ପିଲାଙ୍କୁ ମାଡ଼ମାରି ହଷ୍ଟେଲରୁ ବାହାର କରିବାଠାରୁ ଆରମ୍ଭକରି ପିଲାଙ୍କୁ ଡରା ଧମକା କରିବା ପର୍ଯ୍ୟନ୍ତ ଅଭିଯୋଗ ଏବେ କିଟ ନାଁରେ ଅଛି । ଯାହାକୁ ନେଇ ସାରା ଦେଶରେ ଏବେ ଚାଞ୍ଚଲ୍ୟ ଖେଳିଯାଇଛି ।
ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି।
Powered by Froala Editor