ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ସମସ୍ତ ପରୀକ୍ଷାର୍ଥୀଙ୍କ ସଫଳ ଓ ଉଜ୍ବଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଚାପମୁକ୍ତ ହୋଇ ସକରାତ୍ମକ ମନୋଭାବର ସହ ପରୀକ୍ଷା ଦେବା ପାଇଁ ପରାମର୍ଶ ସହ ଦୃଢ଼ ଆତ୍ମବିଶ୍ବାସର ସହ ପରୀକ୍ଷା ଦେଇ ଉତ୍ତମ ପ୍ରଦର୍ଶନ କରିବା ପାଇଁ ଉପଦେଶ ଦେଲେ ।
ଆଜିଠୁ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି । ପରୀକ୍ଷା ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ପ୍ରଥମ ଦିନରେ ଛାତ୍ରଛାତ୍ରୀ ମାତୃଭାଷା ପରୀକ୍ଷା ଦେଉଛନ୍ତି । ସାରା ରାଜ୍ୟରେ ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।