ଭୁବନେଶ୍ୱରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା
ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ଶନିବାର ଭୁବନେଶ୍ୱରରେ ସୁଭଦ୍ରା ଶକ୍ତି ମେଳା ଆରମ୍ଭ ହେବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ସୂଚନା ଦେଇଛନ୍ତି । ଆସନ୍ତାକାଲି ଠାରୁ ଏହି ମେଳା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ମେଳାରେ ରାଜ୍ୟବ୍ୟାପୀ ଏସଏଚଜି ମହିଳା ସାମିଲ ହେବେ । ମେଳାରେ ଏସଏଚଜି ମହିଳାମାନଙ୍କ ଦ୍ୱାରା ଉପôାଦିତ ସାମଗ୍ରୀ ବିକ୍ରି ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀ ହେବ । ମିଲେଟ୍ ଭିତ୍ତିକ ଖାଦ୍ୟ ସହ ମହିଳାଙ୍କ ହାତ ତିଆରି ଖାଦ୍ୟ ପଦାର୍ଥ ଖାଇବାକୁ ମିଳିବ । ଏହା ସହ ରାଜ୍ୟବ୍ୟାପୀ ଅଂଶଗ୍ରହଣ ଓ ସମସ୍ତଙ୍କ ନିକଟରେ ପହଞ୍ଚିବା ପାଇଁ ଆଞ୍ଚଳିକ ମେଳା ଆୟୋଜନ ହେବ ।
Powered by Froala Editor