ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି
ଭୁବନେଶ୍ଵର: ବିଜୁଳି, ଘଡଘଡି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ , ବାଲେଶ୍ଵର, ମୟୁରଭଞ୍ଜ, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲା। ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୪ ଘଣ୍ଟା ପାଇଁ ଏସବୁ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ଦୁଇଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି। ଆସନ୍ତା ୨୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
Powered by Froala Editor