ଟ୍ରକ ଧକ୍କାରେ ଚାଲିଗଲା ବାଇକ ଆରୋହୀଙ୍କ ଜୀବନ
କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ଆଲୁଅଝରଣରେ ଏକ ଟ୍ରକ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ଶୋଚନୀୟ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଆଲୁଅଝରଣ ଗ୍ରାମର ମନୋଜ କୁମାର ନାଏକ (୩୨)। ମନୋଜ ଅଁଳାବେରେଣୀରୁ ନିଜ ବାଇକରେ ଘରକୁ ଫେରୁଥିଲେ। ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ମନୋଜଙ୍କୁ ଧକ୍କା ଦେଇଥିଲା। ଫଳରେ ମନୋଜ ଗୁରୁତର ଭାବେ ଆହତ ହୋଇ ପଡ଼ିଥିଲେ। ଗ୍ରାମବାସୀ ମନୋଜଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ବ୍ୟବଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।
Powered by Froala Editor