ବାବା ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା
ପ୍ରସିଦ୍ଧ ଶୈବ କ୍ଷେତ୍ର ବାବା ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା କରାଯାଇଛି। ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉଚ୍ଚ ଶିକ୍ଷା, କ୍ରୀଡ଼ା, ସଂସ୍କୃତି ଓ ଓଡ଼ିଆ ଭାଷାସାହିତ୍ୟ ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର ଓ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ପ୍ରମୁଖ ବାବା ଆଖଣ୍ଡଳମଣିଙ୍କ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ। ମନ୍ଦିରରେ ବାବାଙ୍କୁ ଦର୍ଶନ କରିବା ପରେ ଉପମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିଛନ୍ତି।
ଏନେଇ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ କୃତଜ୍ଞତା ଜଣାଇଥିଲେ। ସେ କହିଥିଲେ, ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ଯାହା ଆବଶ୍ୟକ, ତାର ବ୍ୟବସ୍ଥା କରିବେ ରାଜ୍ୟ ସରକାର।
Powered by Froala Editor