Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ›› ୭ ବର୍ଷ ମଧ୍ୟରେ ଶିକ୍ଷୟିତ୍ରୀଙ୍କ ସଂଖ୍ୟା ୧୩ ଲକ୍ଷ ବୃଦ୍ଧି ପାଇଛି

୭ ବର୍ଷ ମଧ୍ୟରେ ଶିକ୍ଷୟିତ୍ରୀଙ୍କ ସଂଖ୍ୟା ୧୩ ଲକ୍ଷ ବୃଦ୍ଧି ପାଇଛି

2021-07-06 09:54:07
15177
Share:
Facebook
Twitter
E-Mail
WhatsApp
Telegram
 ୭ ବର୍ଷ ମଧ୍ୟରେ ଶିକ୍ଷୟିତ୍ରୀଙ୍କ ସଂଖ୍ୟା ୧୩ ଲକ୍ଷ ବୃଦ୍ଧି ପାଇଛି


ଭୁବନେଶ୍ୱର : ସାରା ଦେଶରେ ଶିକ୍ଷକଙ୍କଠାରୁ ଅଧିକ ଅଛନ୍ତି ଶିକ୍ଷୟିତ୍ରୀ । ୟୁନିଫାଏଡ ଡିଷ୍ଟ୍ରିକ୍ଟ ଇନଫରମେସନ ଅନ ସ୍କୁଲ ଏଜୁକେସନ ପକ୍ଷରୁ ୨୦୧୯ ମସିହାର ତଥ୍ୟ ଆଧାରରେ ଏହି ରିପୋର୍ଟ ଜାରି ହୋଇଛି । କାର୍ଯ୍ୟରତ ୯୬.୮ ଲକ୍ଷ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ମଧ୍ୟରୁ ସମୁଦାୟ ୪୯.୨ ଲକ୍ଷ ଶିକ୍ଷୟିତ୍ରୀ କାର୍ଯ୍ୟ କରିବା ଦେଶ ପାଇଁ ଶୁଭ ସୂଚନା ବୋଲି ବିଶେଷଜ୍ଞମାନେ କହିଛନ୍ତି । ସୂଚନା ଅନୁଯାୟୀ, ପ୍ରଥମ ଥର ପାଇଁ ସଂଖ୍ୟା ଦୃଷ୍ଟିରୁ ଶିକ୍ଷକଙ୍କୁ ଶିକ୍ଷୟିତ୍ରୀ ଟପି ଯାଇଛନ୍ତି । ୨୦୧୨ ମସିହାରେ ଦେଶରେ ସମୁଦାୟ ୪୨.୪ ଲକ୍ଷ ଶିକ୍ଷକ ଓ ୩୫.୮ ଶିକ୍ଷୟିତ୍ରୀ ଥିଲେ । ୭ ବର୍ଷ ମଧ୍ୟରେ ଶିକ୍ଷୟିତ୍ରୀଙ୍କ ସଂଖ୍ୟା ୩୭ ପ୍ରତିଶତ ଅର୍ଥାତ ୧୩ ଲକ୍ଷ ବୃଦ୍ଧି ପାଇଛି । କେବଳ ପ୍ରାଥମିକ ଶିକ୍ଷାସ୍ତରରେ ଏହି ସ୍ଥିତି ରହିଛି । ଉଚ୍ଚ ପ୍ରାଥମିକ ଶିକ୍ଷାରେ ଶିକ୍ଷକଙ୍କ ଆଧିପତ୍ୟ ଜାରି ରହିଛି । ପ୍ରାଥମିକ ଶିକ୍ଷା ପୂର୍ବରୁ ଅର୍ଥାତ କେଜି, ନର୍ସରିରେ ଅଧିକ ସଂଖ୍ୟକ ଶିକ୍ଷୟିତ୍ରୀ ଅଛନ୍ତି । ଏଠାରେ ୧ ଲକ୍ଷ ଶିକ୍ଷୟିତ୍ରୀ, ୨୭ ହଜାର ଶିକ୍ଷକ ଅଛନ୍ତି । ପ୍ରାଥମିକ ସ୍ତରରେ ୧୯.୬ ଲକ୍ଷ ଶିକ୍ଷୟିତ୍ରୀ, ୧୫.୭ ଲକ୍ଷ ଶିକ୍ଷକ ଅଛନ୍ତି । ଉଚ୍ଚ ପ୍ରାଥମିକ ଶ୍ରେଣୀରେ ୧୧.୫ ଲକ୍ଷ ଶିକ୍ଷକ, ୧୦.୬ ଲକ୍ଷ ଶିକ୍ଷୟିତ୍ରୀ ରହିଛନ୍ତି । ଏହାପରଠାରୁ ଅନ୍ୟ ବୃତ୍ତି ଭଳି ଶିକ୍ଷା କ୍ଷେତ୍ରରେ ମଧ୍ୟ ମହିଳା-ପୁରୁଷଙ୍କ ବ୍ୟବଧାନ ବଢ଼ିଚାଲିଛି । ମାଧ୍ୟମିକ ସ୍କୁଲରେ ୬.୩ ଲକ୍ଷ ଶିକ୍ଷକ, ୫.୨ ଲକ୍ଷ ଶିକ୍ଷୟିତ୍ରୀ, ଉଚ୍ଚ ମାଧ୍ୟମିକ କ୍ଷେତ୍ରରେ ୩.୭ ଲକ୍ଷ ଶିକ୍ଷକ, ୨.୮ ଲକ୍ଷ ଶିକ୍ଷୟିତ୍ରୀ ଅଛନ୍ତି । କୌତୂହଳର ବିଷୟ ହେଲା; ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲରେ ଶିକ୍ଷକ ଅଧିକ, ଘରୋଇ ଏବଂ ଅଣଅନୁଦାନପ୍ରାପ୍ତ ସ୍କୁଲରେ ଶିକ୍ଷୟିତ୍ରୀ ଅଧିକ ଅଛନ୍ତି । ଦେଶର ସବୁ ସ୍ଥାନରେ ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ଶିକ୍ଷାରେ ଶିକ୍ଷକଙ୍କ ସଂଖ୍ୟା ଅଧିକ ରହିଛି । ତେବେ ଶିକ୍ଷା କ୍ଷେତ୍ରରେ ଆଗୁଆ କେରଳ, ସରକାରୀ ସ୍କୁଲ ଭଲ ପ୍ରଦର୍ଶନ ପାଇଁ ଚର୍ଚ୍ଚାରେ ରହିଥିବା ଦିଲ୍ଲୀ ସମେତ ମେଘାଳୟ, ପଞ୍ଜାବ ଏବଂ ତାମିଲନାଡ଼ୁରେ ପ୍ରାଥମିକଠାରୁ ଉଚ୍ଚ ମାଧ୍ୟମିକ ପର୍ଯ୍ୟନ୍ତ ସବୁ ସ୍ତରରେ ଶିକ୍ଷୟିତ୍ରୀଙ୍କ ସଂଖ୍ୟା ଅଧିକ ରହିଛି । କେରଳରେ ୭୯ ପ୍ରତିଶତ, ପଞ୍ଜାବରେ ୭୬ ପ୍ରତିଶତ, ତାମିଲନାଡ଼ୁରେ ୭୫ ପ୍ରତିଶତ, ଦିଲ୍ଲୀରେ ୭୪ ପ୍ରତିଶତ ଏବଂ ହରିୟାଣାରେ ୬୨ ପ୍ରତିଶତ ଶିକ୍ଷୟିତ୍ରୀ ଥିବା ରିପୋର୍ଟରେ ଦର୍ଶାଯାଇଛି ।

Powered by Froala Editor

Tags Teacher

Related articles Odisha News Lens 4.1

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13499
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14131
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14591
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15565
    Jul 08, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13826
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15255
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14458
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13661
    Jul 07, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14477
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14591
    Jul 07, 2026
  • ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13826
    Jul 07, 2026
  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15255
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15240
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15568
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15374
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15239
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14663
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13661
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13499
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14131
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In