Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ...

ରାଜ୍ୟ
Home ›› ରାଜ୍ୟ ››ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୫ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୫ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

2025-03-03 14:24:27
15635
Share:
Facebook
Twitter
E-Mail
WhatsApp
Telegram
ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୫ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ୧ ଲକ୍ଷ ଟଙ୍କା, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ୧ ଲକ୍ଷ ଟଙ୍କା ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ଶ୍ରୀମତୀ ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଥିଲେ ।

ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।

ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ପ୍ରକୋଷ୍ଠ ଜରିଆରେ ଆମ ସରକାର ସବୁ ବର୍ଗର ଲୋକଙ୍କୁ ସହାୟତା ପ୍ରଦାନ କରୁଛନ୍ତି । ବିଶେଷ କରି ଭିନ୍ନକ୍ଷମ, ବରିଷ୍ଠ ଓ ଜରୁରୀ ସେବା ଆବଶ୍ୟକ କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରାଧାନ୍ୟ ଦିଆଯାଉଛି । ଦୁଃଖ ଓ ସମସ୍ୟାରେ ଜର୍ଜରିତ ବ୍ୟକ୍ତିମାନେ ସେମାନଙ୍କ ସମସ୍ୟା ଓ ଅଭିଯୋଗ ନେଇ ଏଠାକୁ ଆସୁଛନ୍ତି । ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନିଆଯାଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗ ଓ କର୍ତ୍ତୃପକ୍ଷଙ୍କ ନିକଟକୁ ଏହାର ସମାଧାନ ପାଇଁ ଅଭିଯୋଗପତ୍ର ପ୍ରେରଣ କରାଯାଉଛି।


ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।

ସୂଚନାଯୋଗ୍ୟ ଯେ, ଗତ ବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ଅଷ୍ଟମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୮୭୩୭ଟି ଅଭିଯୋଗ ମଧ୍ୟରୁ ୭୩୩୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୪ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ ।

Powered by Froala Editor

Tags Chief Minister Mohan Charan Majhi

Related articles Odisha News Lens 4.1

  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15351
    Jan 21, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...
    ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...

    15949
    Jan 20, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14552
    Jan 21, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15685
    Jan 22, 2026
  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?
    ଦେଶ-ଦେଶାନ୍ତର

    ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14859
    Jan 20, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15779
    Jan 20, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15269
    Jan 22, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13508
    Jan 22, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14462
    Jan 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13604
    Jan 21, 2026
  • ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14552
    Jan 21, 2026
  • ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15351
    Jan 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17300
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଶୀତଦିନେ ଏପରି କରନ୍ତୁ ମେକଅପ

    15351
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    15953
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15667
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16400
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    15224
    Jan 15, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14541
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15685
    Jan 22, 2026
  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14859
    Jan 20, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

    15949
    Jan 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In