ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିବ ୧୫୦୦ଟଙ୍କା
ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ ଶହ ଓ ସହାୟକଙ୍କୁ ୫ ଶହ ଟଙ୍କା ମିଳିବ। ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ରିଲିଜ୍ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି।
ପ୍ରଭାତୀ କହିଛନ୍ତି, ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ଶହ ଓ ସହାୟକଙ୍କୁ ୫ଶହ ଟଙ୍କା ମିଳିବ। ସେହିପରି ସଶକ୍ତ ଓଡ଼ିଶା ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରିବୁ। ପ୍ରତି ଗାଁରେ ୫ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି ଲକ୍ଷ୍ୟ ରହିଥିବା ପ୍ରଭାତୀ କହିଛନ୍ତି।
ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଏଥିସହିତ ୮ ତାରିଖରେ ଗୋଟିଏ ପର୍ଯ୍ୟାୟରେ ସମସ୍ତଙ୍କୁ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା ଆସିବ। ଗୋଟିଏ ଦିନରେ ୫ ହଜାର କୋଟି ଟଙ୍କା ସରକାର ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨ୟ କିସ୍ତି ଟଙ୍କା ପ୍ରଦାନ କରାଯିବ।
ଉଲ୍ଲେଖଯୋଗ୍ୟ, ମାର୍ଚ୍ଚ ୩୧ରେ ଆବେଦନ ଗ୍ରହଣ ବନ୍ଦ କରି ସୁଭଦ୍ରାରୁ ବଞ୍ଚିତ ହୋଇଥିବା ମହିଳାଙ୍କୁ ଖୋଜିବାକୁ ସର୍ଭେ କରିବେ ସରକାର। ଡୋର୍ ଟୁ ଡୋର୍ ବୁଲି ହିତାଧିକାରୀଙ୍କ ସର୍ଭେ କରାଯିବ। ପଞ୍ଚମ ପର୍ଯ୍ୟାୟ ପରେ ବି ରାକ୍ଷୀ ପୂର୍ଣ୍ଣିମାରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକା ବେଳେ ୩ଟି କିସ୍ତି।
Powered by Froala Editor