ନିଜ ପ୍ରେମ କାହାଣୀ ଲେଖିବେ ଜାଗୃତି, ନିର୍ବନ୍ଧ ଫଟୋ ସେୟାର କଲେ

ଏବେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି । ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି। ବହୁଦିନ ଧରି ଚର୍ଚ୍ଚା ହେଉଥିଲା ଯେ, Anubhav mohanty ଓ jagrati Suklaଙ୍କ ଭିତରେ ପ୍ରେମ ସମ୍ପର୍କ ରହିଛି, ଏମିତିକି ବିଭିନ୍ନ ଗଣମାଧ୍ୟମରେ ମଧ୍ୟ ପ୍ରକାଶ ପାଇଥିଲା ଯେ ଏଇ ଦୁଇଜଣ ଖୁବଶିଘ୍ର ବିବାହ କରିବାକୁ ଯାଉଛନ୍ତି। ଏବେ ନିର୍ବନ୍ଧର ଫଟୋ ଆସିବା ପରେ ଅନୁଭବ ଜାଗୃତିଙ୍କୁ ବିବାହ କରିବା ନେଇ ସ୍ପଷ୍ଟ ହୋଇଛି।
ବର୍ତ୍ତମାନ ଜାଗୃତି ନିଜ ଇନଷ୍ଟା ଏବଂ ଫେସବୁକ ଆଇଡିରେ ଅନୁଭବ ମହାନ୍ତିଙ୍କ ସହ ହୋଇଥିବା ନିର୍ବନ୍ଧ ବେଳର ଫଟୋ ସେୟାର କରିଛନ୍ତି। ଏଥିସହ ସେ ନିଜ ଭାବି ସ୍ୱାମୀଙ୍କୁ ନେଇ କ୍ୟାପ୍ସନରେ ଅନେକ କଥା ଲେଖିଛନ୍ତି। ଜାଗୃତି ଅନୁଭବ ମହାନ୍ତିଙ୍କ ସହ ଏକ ନିବିଡ ଫଟୋ ସହ ଅନ୍ୟ ଏକ ମୁଦୀ ପିନ୍ଧା ଫଟୋ ସେୟାର କରିଛନ୍ତି। ସେ ଏହି ଫଟୋ ପୋଷ୍ଟ କରି ଲେଖିଛନ୍ତି, “ମୁଁ ମୋ ନିଜର ସବୁଠୁ ଭଲ ବାନ୍ଧବୀଙ୍କୁ ହଁ କହିଦେଇଛି। ସାଙ୍ଗର ଏହି ବନ୍ଧନ ଏକ ସୁନ୍ଦର ବନ୍ଧନରେ ପରିବର୍ତ୍ତନ ହୋଇଛି। ମୁଁ ଆମ ପ୍ରେମ କାହାଣୀ ଲେଖିବାକୁ ଆଉ ଅପେକ୍ଷା କରିପାରିବି ନାହିଁ।”
ଜାଗୃତି ଶୁକ୍ଲାଙ୍କ ବାବଦରେ ପ୍ରାୟ ସମସ୍ତେ ଉଣା ଅଧିକ ଜାଣନ୍ତି। ବର୍ଷାଙ୍କ ସହ ବିବାହ ବିଚ୍ଛେଦ ସମୟରେ ତାଙ୍କ ନାମ ଓ ଚେହେରା ଗଣମାଧ୍ୟମ ଏବଂ ଲୋକଙ୍କ ସାମ୍ନାକୁ ଆସିଥିଲା। ସେହି ସମୟରେ ଜାଗୃତିଙ୍କୁ ନେଇ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳିଥିଲା। ଏପରିକି କେହିକେହି ବର୍ଷା-ଅନୁଭବଙ୍କ ବିବାହ ବିଚ୍ଛେଦର କାରଣ ଜାଗୃତିଙ୍କୁ ବୋଲି ଧରି ନେଇଥିଲେ। ବର୍ତ୍ତମାନ ବିବାହ ଖବର ଶୁଣି ସୁପରଷ୍ଟାରଙ୍କ ଫ୍ୟାନମାନେ ଯେତେ ଖୁସି ଅଛନ୍ତି ତା’ଠାରୁ ଅଧିକ ଆଶ୍ଚର୍ଯ୍ୟ ଅଛନ୍ତି ଓଡ଼ିଶାବାସୀ।
Powered by Froala Editor