ଜାମିନ ଆବେଦନ ଖାରଜ : ଗିରଫ ହୋଇପାରନ୍ତି ରାଜା

ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇପାରନ୍ତି ରାଜା ଚକ୍ର। ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ର ଓ ଅନ୍ୟ ଚାରି ସହଯୋଗୀଙ୍କ ଆଗୁଆ ଜାମିନ ଖାରଜ କରାଯାଇଛି। ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ହଟାଇ ଦେଲେ ହାଇକୋର୍ଟ । ଏଥିସହ ରାଜାଙ୍କୁ ଗିରଫ ନେଇ ଥିବା ପ୍ରତିବନ୍ଧକ ହଟିଛି । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ନେଇ ଖୋଳତାଡ଼ ଚାଲିଛି ।
ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍ଫେର୍ ହୋଇଛି। ଏହି ଘଟଣାରେ ବିଜେଡି ନେତା ରାଜା ଚକ୍ର କ୍ରାଇମବ୍ରାଞ୍ଚ ସ୍କାନରେ ପଡିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜା ଚକ୍ରଙ୍କ ୩ଟି ଠିକଣାରେ କ୍ରାଇବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(EOW) ଏବଂ ଏସ୍ଟିଏଫ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି।
Powered by Froala Editor