Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ...

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ...

ରାଜ୍ୟ
Home ›› ରାଜ୍ୟ ››ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କୁ ମିଳିବ ଯାଦୁପେଡ଼ି

ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କୁ ମିଳିବ ଯାଦୁପେଡ଼ି

2025-03-20 05:48:11
13522
Share:
Facebook
Twitter
E-Mail
WhatsApp
Telegram
ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କୁ ମିଳିବ ଯାଦୁପେଡ଼ି

ଭୁବନେଶ୍ବର : ରାଜ୍ୟ ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି-୨୦୨୦କୁ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ କରିବେ। ସବୁ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ ଲେଖାଏଁ ଅତିରିକ୍ତ ପ୍ରାକ୍ ପ୍ରାଥମିକ ଶ୍ରେଣୀ ବା ‘ଶିଶୁ ବାଟିକା’ ଖୋଲାଯିବାକୁ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୫ରୁ ୬ ବର୍ଷ ବୟସର ପିଲାଙ୍କୁ ପ୍ରାକ୍-ବିଦ୍ୟାଳୟ ଶିକ୍ଷା ବା ଶିଶୁ ବାଟିକା ପାଇଁ ନାମଲେଖା ଓ ୨୦୨୫-୨୦୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀ ପାଇଁ ନାମଲେଖା ବୟସକୁ ୬ ବର୍ଷ କିମ୍ବା ତଦୂର୍ଦ୍ଧ୍ବ ବର୍ଷ ବୋଲି ଘୋଷଣା କରାଯାଇଛି। ଯାଦୁଇ ପିଟାରାକୁ ଏନସିଇଆରଟି ଦ୍ୱାରା ଜାତୀୟ ପାଠ୍ୟକ୍ରମ ଢାଞ୍ଚାରେ ବିକଶିତ କରାଯାଇଛି। ରାଜ୍ୟରେ ପ୍ରତ୍ୟେକ ଡିଆଇଇଟି ଦ୍ୱାରା ଯାଦୁପେଡ଼ି ସାମଗ୍ରୀ ବିକଶିତ କରାଯାଇଛି। ପିଟାରାରେ ଛାତ୍ରଛାତ୍ରୀଙ୍କ ପାଇଁ ଖେଳନା, ପଜଲ୍, କବିତା ପୋଷ୍ଟର, ଗପ କାର୍ଡ, ଚିତ୍ର କାର୍ଡ, ଶିକ୍ଷକ ତାରା, ଅଭିଭାବକ ତାରା ସଂଖ୍ୟାଜ୍ଞାନ ପାଇଁ ଶିକ୍ଷଣ ସାମଗ୍ରୀ କିଟ୍ ଇତ୍ୟାଦି ରହିଛି। ଏହାକୁ ଶିକ୍ଷକ ଓ ଅଭିଭାବକ, ଛାତ୍ରଛାତ୍ରୀ ବ୍ୟବହାର କରିବେ। ରାଜ୍ୟ ପ୍ରତ୍ୟେକ ପ୍ରାଥମିକ ବିଦ୍ୟାଳୟକୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଯାଦୁପେଡ଼ି ଦିଆଯିବ। ଏସ୍‌ସିଇଆରଟି ଏକ ତାଲିମ ମଡ୍ୟୁଲ୍ ‘ପ୍ରୟୋଗ’ ବିକଶିତ କରିଛି। ଏଥିରେ ଯାଦୁପେଡ଼ି ସାମଗ୍ରୀର ବ୍ୟବହାର ଉପରେ ତାଲିମ ଦିଆଯିବ। ସମସ୍ତ ଶିକ୍ଷକଙ୍କୁ ଇ-ଯାଦୁଇ ପିଟାରା ମୋବାଇଲ୍ ଆପ୍ ଡାଉନଲୋଡ୍ କରିବାକୁ ଏବଂ ଖେଳଭିତ୍ତିକ ଶିକ୍ଷା ସୁନିଶ୍ଚିତ କରିବାକୁ ନିର୍ଦେଶ ଦିଆଯାଇଛି। ସେହିପରି ଶିକ୍ଷକ ଶିକ୍ଷା ନିର୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ତରଫରୁ ପିଲାଙ୍କ ପାଇଁ କାର୍ଯ୍ୟ ପୁସ୍ତିକା ଓ ଶିକ୍ଷକଙ୍କ ପାଇଁ ଶିକ୍ଷକ ସହାୟକ ପୁସ୍ତିକା ପ୍ରସ୍ତୁତ କରାଯାଇଛି। ବିଦ୍ୟାଳୟରେ ଏହା ବଣ୍ଟନ କରିବାକୁ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ପ୍ରାଥମିକ ବିଦ୍ୟାଳୟରୁ ଜଣେ ଶିକ୍ଷକଙ୍କୁ ଶିଶୁ ବାଟିକା ଶ୍ରେଣୀ ପାଇଁ ତାଲିମ ଦିଆଯାଇଛି। ଓଡ଼ିଶା ସରକାର ଆଗାମୀ ଶିକ୍ଷାବର୍ଷ ୨୦୨୬-୨୦୨୭ ମଧ୍ୟରେ ଜାତୀୟ ପାଠ୍ୟକ୍ରମ ଅନୁସାରେ ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ପୁସ୍ତକ ସହିତ ସମାନ୍ତରାଳ ଭାବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂତନ ପାଠ୍ୟପୁସ୍ତକ ପ୍ରଚଳନ କରିବାକୁ ଯୋଜନା କରିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଓଡ଼ିଶା ସରକାର ଉନ୍ନୟନ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କରିଥିଲେ। ବର୍ତ୍ତମାନ ଭୋପାଳର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନିତ୍ୟାନନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି। ଏହି ଷ୍ଟିୟରିଂ କମିଟି ସ୍ଥାନୀୟ ପରିପ୍ରେକ୍ଷୀରେ ଜାତୀୟ ପାଠ୍ୟକ୍ରମ ରୂପରେଖ ଅନୁସାରେ ରାଜ୍ୟ ପାଠ୍ୟକ୍ରମ ରୂପରେଖ ପ୍ରସ୍ତୁତ କରିବ। ଏହାକୁ ଆଗକୁ ନେବା ପାଇଁ କମିଟି ପୂର୍ବରୁ ୩ଟି ବୈଠକ କରିସାରିଛି ଏବଂ ଚତୁର୍ଥ ବୈଠକ ୨୬ରୁ ୩୦ ମାର୍ଚ୍ଚ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିସହ ପାଠ୍ୟକ୍ରମ ଏବଂ ପାଠ୍ୟପୁସ୍ତକ ସମୀକ୍ଷା ପାଇଁ ଏକ ରାଜ୍ୟସ୍ତରୀୟ କମିଟି ଗଠନ ନିମନ୍ତେ ରାଜ୍ୟ ସରକାର ବିଚାର କରୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଏପ୍ରିଲ ୨ ତାରିଖରୁ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଶିଶୁ ବାଟିକା ଶ୍ରେଣୀ ଓ ପ୍ରଥମ ଶ୍ରେଣୀ ପାଇଁ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଦିବସ ପାଳନ କରାଯିବ। ଏଥିପାଇଁ ଯୋଗ୍ୟ ବିବେଚିତ ପରିବାରକୁ ଜିଲା ପ୍ରଶାସନ ଦ୍ବାରା ମୁଖ୍ୟମନ୍ତ୍ରୀଙ୍କ ସ୍ବାକ୍ଷରିତ ନିମନ୍ତ୍ରଣ ପତ୍ର ବଣ୍ଟନ କରାଯାଉଛି। ଏହି ଉତ୍ସବକୁ ପ୍ରତ୍ୟେକ ବିଦ୍ୟାଳୟରେ ଚାରିଦିନ ବ୍ୟାପୀ ବିଭିନ୍ନ କାର୍ଯ୍ୟ ମାଧ୍ୟମରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

Powered by Froala Editor

Tags Jadupedi

Related articles Odisha News Lens 4.1

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15362
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15029
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14922
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14486
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15044
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15310
    Oct 08, 2026
  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...
    ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...

    15005
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ
    ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15359
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି
    ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14646
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14486
    Oct 08, 2026
  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13737
    Oct 08, 2026
  • ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15044
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17162
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18228
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14426
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14532
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15544
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14217
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15954
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14646
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15371
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14013
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15394
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ଚାହୁଁଥିଲେ କରନ୍ତୁ ଏହା

    15005
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14922
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15359
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In