ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ମୃତ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ପିଚୁ ଗାଡି ସହ ହାଇଓ୍ବା ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଠିକା ସଂସ୍ଥାର ଅବହେଳାରୁ ଏଭଳି ଅଘଟଣ ଘଟିଥିବା ଅଭିଯୋଗ ହୋଇଛି। ଉତ୍ତ୍ୟକ୍ତ ଲୋକେ ଘଟଣାସ୍ଥଳରେ ଟାୟାର ଜାଳି ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି। ଫଳରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି।
Powered by Froala Editor