ରେଳଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଇସିଙ୍ଗା ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ମାଲପୁରା ଗାଁ ନିକଟରେ ଥିବା ରେଳଧାରଣରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ମାଲପୁରା ଗାଁର ବାପି ଦେହୁରୀ ବୋଲି ଜଣାପଡିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor