୩ ଦିନ ହିଟ୍ୱେଭ୍ ୱାର୍ଣ୍ଣିଂ, ୨ ତାରିଖରେ ବର୍ଷା ସମ୍ଭାବନା

ରାଜ୍ୟରେ ଆଗାମୀ ୩ ଦିନ ପାଇଁ ଜାରି ହେଲା ହିଟ୍ୱେଭ୍ ୱାର୍ଣ୍ଣିଂ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏପ୍ରିଲ ୨ ତାରିଖ ବେଳକୁ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ବୃଦ୍ଧି ପାଇବ।
୩ ଦିନରେ ଦିନ ସମେତ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ । ଏହାପରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ । ୨୮ ତାରିଖ ପାଇଁ ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖ ପାଇଁ ବରଗଡ଼, ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ରହିଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୩୦ ତାରିଖ ପରେ ତାପମାତ୍ରା ୨ ଡିଗ୍ରୀ କମିବ । ସେହିପରି ୨ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
Powered by Froala Editor