ଏବେ ନବମ ଓ ଦଶମ ପିଲା ବି ଖାଇବେ ମଧ୍ୟାହ୍ନଭୋଜନ, ମିଳିବ ପୋଷଣଯୁକ୍ତ ଲଡୁ

ଏଣିକି ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ନବମ ଓ ଦଶମ ପିଲାଙ୍କୁ ବି ଦିଆଯିବ ଅଣ୍ଡା। ଏହା ସହ ସପ୍ତାହକୁ ମିଳିବ ୩ଟି ଲଡୁ ସହ ୩ଟି ଅଣ୍ଡା। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି। ୨୦୨୫-୨୬ ଆର୍ଥିକ ବର୍ଷରୁ ଏହା ଲାଗୁ ହେବ।
ପୂର୍ବରୁ କେବଳ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନା ଦିଆଯାଉଥିଲା। ହେଲେ ବାଦ୍ ପଡିଯାଉଥିଲା ଆଉ ମାତ୍ର ୨ଟି ଶ୍ରେଣୀ। ଏନେଇ କିଛି ଦିନ ପୂର୍ବରୁ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ହେଲେ ଏବେ ଏହା କାର୍ଯ୍ୟକାରୀ ହେବାକୁ ଯାଉଛି।
ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ। ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ଏହା ମିଳିବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।
Powered by Froala Editor