ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣ, ଜଣେ ମୃତ

ଗଞ୍ଜାମ : ପୋଲସରା ପୁରୁଷୋତ୍ତମପୁର ଥାନା ଶମା ଗାଁରେ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଛି। ମୃତକ ସିକୁଳା ଗାଁର ସୁମନ୍ତ ମହାପାତ୍ର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସୁମନ୍ତ ନିଜ ଘରକୁ ଆସୁଥିବାବେଳେ କିଛି ଦୁର୍ବୁତ୍ତ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ପରେ ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor