ବନ୍ଦ ଘରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: ବନ୍ଦ ଘରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ମୁରିବାହାଲ ଥାନା ସେମିଲପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ବନ୍ଦ ଘରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଶନିବାରଠାରୁ ଉଭୟ ଘରୁ ବାହାରକୁ କୌଣସି କାମରେ ଯାଇ ଫେରିନଥିଲେ। ବିଳମ୍ବ ହେବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ହେଲେ ନିରାଶ ହୋଇଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିଲା। ଆଜି ସକାଳୁ ଏକ ବନ୍ଦ ଘରୁ ପୁଲିସ୍ ଉଭୟଙ୍କ ମୃତଦେହ ଉଦ୍ଧାର କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ।
Powered by Froala Editor