ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଆଜି ସକାଳୁ ରାଜଧାନୀର ଏକ ପାର୍କରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ପୋଖରୀପୁଟ ମଧୁସୂଦନ ପାର୍କର ଏକ ଗଛରେ ଯୁବକଙ୍କ ମୃତଦେହ ଝୁଲି ରହିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏହାପରେ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି ଏବଂ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅପରପକ୍ଷରେ ମୃତକ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ଛାନଭିନ୍ ସହ ତଦନ୍ତ ଆରମ୍ଭ କରିଛି।
Powered by Froala Editor