Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 25, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ...

  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ...

  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ...

  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ...

  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ ...

  • ବେଟି ବଚାଓ କହୁଥିବା ଦଳର ...

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

ରାଜ୍ୟ
Home ›› ରାଜ୍ୟ ››ଏପ୍ରିଲରେ ପ୍ରଚଣ୍ଡ ଖରା, ଆକାଶରୁ ବର୍ଷିବ ନିଆଁ

ଏପ୍ରିଲରେ ପ୍ରଚଣ୍ଡ ଖରା, ଆକାଶରୁ ବର୍ଷିବ ନିଆଁ

2025-04-01 09:49:39
15285
Share:
Facebook
Twitter
E-Mail
WhatsApp
Telegram
ଏପ୍ରିଲରେ ପ୍ରଚଣ୍ଡ ଖରା, ଆକାଶରୁ ବର୍ଷିବ ନିଆଁ

ଭୁବନେଶ୍ବର : ଏପ୍ରିଲରେ ନିଆଁ ବର୍ଷିବ। ଅସହ୍ୟ ତାତି ଅନୁଭୂତ ହେବ। ରାଜ୍ୟରେ ଗ୍ରୀଷ୍ମଲହରୀ ସ୍ବାଭାବିକରୁ ଅଧିକ ଦିନ ରହିବ; ପ୍ରଚଣ୍ଡ ଖରା ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଅଧିକ ରହିବ। ଉପକୂଳବର୍ତ୍ତୀ ଜିଲାରେ ତାତି ସାମାନ୍ୟ କମ୍ ରହିପାରେ। ଚଳିତ ମାସରେ ଆଭ୍ୟନ୍ତରୀଣ କାଳବୈଶାଖୀ ଜନିତ ଝଡ଼ବର୍ଷା କମ ରହିବାର ସମ୍ଭାବନା ଥିବାବେଳେ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ପରିମାଣ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସେହିପରି ଆସନ୍ତା ୫ରୁ ୬ ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ମଧ୍ୟ ରହିଛି। ସାରା ଦେଶରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ ଏବଂ ଉତ୍ତର-ପଶ୍ଚିମ ସମତଳ ଅଞ୍ଚଳରେ ଭୀଷଣ ଗ୍ରୀଷ୍ମପ୍ରବାହ ହେବ। ଦେଶର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଭାରତର ପଶ୍ଚିମ ଦ୍ବୀପପୁଞ୍ଜ, ପୂର୍ବ-କେନ୍ଦ୍ରୀୟ ଏବଂ ପୂର୍ବ ଭାରତର କିଛି ଅଞ୍ଚଳରେ ତାପମାତ୍ରା ସ୍ବାଭାବିକ ରହିବ।

ଏପ୍ରିଲରେ ଦକ୍ଷିଣ ଦ୍ବୀପପୁଞ୍ଜ, ଉତ୍ତର-ପଶ୍ଚିମ ଭାରତର କିଛି ଅଞ୍ଚଳରେ ସର୍ବାଧିକ ତାପମାତ୍ରା ସ୍ବାଭାବିକ ରହିବା ସହିତ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ପାରଦ ସ୍ବାଭାବିକରୁ ଅଧିକ ରହିବ। ଏପ୍ରିଲରୁ ଜୁନ୍ ମଧ୍ୟରେ ଉତ୍ତର ଭାରତ, ପୂର୍ବ ଦ୍ବୀପପୁଞ୍ଜ, କେନ୍ଦ୍ରୀୟ ଅଞ୍ଚଳ, ପୂର୍ବ ଭାରତ ଏବଂ ଉତ୍ତର-ପଶ୍ଚିମ ଭାରତର ଅନେକ ଅଞ୍ଚଳରେ ଗ୍ରୀଷ୍ମଲହରୀ ଲାଗି ରହିବ।

ଚଳିତ ମାସରେ ପୂର୍ବ ଭାରତ, କେନ୍ଦ୍ରୀୟ ଭାରତରେ ଗ୍ରୀଷ୍ମପ୍ରବାହ ଦିନ ସଂଖ୍ୟା ଅଧିକ ରହିବା ସମ୍ଭାବନା ରହିଛି। ଏପ୍ରିଲରୁ ଜୁନ ମଧ୍ୟରେ ଉତ୍ତର-ପଶ୍ଚିମ ଭାରତର କିଛି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ରହିବା ସହିତ ଅବଶିଷ୍ଟ ସ୍ଥାନରେ ତାପମାତ୍ରା ସ୍ବାଭାବିକରୁ ଅଧିକ ରହିବ ବୋଲି ଆକଳନ କରାଯାଇଛି। ଦେଶରେ ବର୍ଷା ସ୍ବାଭାବିକ ରହିବ। ଉତ୍ତର-ପଶ୍ଚିମ, ଉତ୍ତର-ପୂର୍ବ, ପଶ୍ଚିମ-କେନ୍ଦ୍ରୀୟ ଭାରତରେ ବର୍ଷା ପରିମାଣ ସ୍ବାଭାବିକ କିମ୍ବା ସ୍ବାଭାବିକରୁ ଅଧିକ ରହିପାରେ। ଅବଶିଷ୍ଟ ଅଞ୍ଚଳରେ ବର୍ଷା ସ୍ବାଭାବିକଠାରୁ କମ ରହିପାରେ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ସେ କହିଛନ୍ତି ସ୍ବାଭାବିକଠାରୁ ଅଧିକ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାକୁ ଥିବା ରାଜ୍ୟଗୁଡ଼ିକ ମଧ୍ୟରେ ରାଜସ୍ଥାନ, ଗୁଜରାଟ, ହରିୟାଣା, ପଞ୍ଜାବ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ଛତିଶଗଡ଼, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକର ଉତ୍ତର ଅଂଶ ଏବଂ ତାମିଲନାଡୁ ଅନ୍ତର୍ଭୁକ୍ତ ରହିଛି। ଦେଶର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଉତ୍ତର-ପଶ୍ଚିମ ଏବଂ ଉତ୍ତର-ପୂର୍ବର କିଛି ସ୍ଥାନ ବ୍ୟତୀତ ଯେଉଁଠାରେ ତାପମାତ୍ରା ସ୍ୱାଭାବିକ କିମ୍ବା ସାମାନ୍ୟ କମ ହୋଇପାରେ।

ଅନ୍ୟପକ୍ଷରେ ଗତ କିଛିଦିନ ହେଲା, ରାଜ୍ୟରେ ଗ୍ରୀଷ୍ମପ୍ରବାହ ଲାଗି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ଡିଗ୍ରୀ ଅତିକ୍ରମ କରିଥିବା ବେଳେ ଭୁବନେଶ୍ବରରେ ପାରଦ ୪୦ଡିଗ୍ରୀ ଟପିଥିଲା। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସମ୍ଭାବନା ରହିଛି। ଏହାଫଳରେ ତାପମାତ୍ରା କମିବା ସମ୍ଭାବନା ରହିଛି।

ଦକ୍ଷିଣ ଛତିଶଗଡ଼ ଏବଂ ମଧ୍ୟ ମହାରାଷ୍ଟ୍ର, ବିଦର୍ଭ ମଧ୍ୟରେ ଏକ ନିମ୍ନଚାପରେଖା ଏବଂ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଜନିତ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ ଏବଂ ଅନୁଗୋଳ ଜିଲାରେ ବଜ୍ରପାତ ସହିତ ଝଡ଼ବର୍ଷା ହୋଇପାରେ। କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବ। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Powered by Froala Editor

Tags Temperature

Related articles Odisha News Lens 4.1

  • ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ
    ରାଜନୀତି

    ବେଟି ବଚାଓ କହୁଥିବା ଦଳର ମୁଖ୍ୟମନ୍ତ୍ରୀଙ୍କ ପାଖରେ ସମୟ ନାହିଁ; ସାକ୍ଷାତ କଲେନାହିଁ

    13673
    Jun 24, 2025
  • ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ
    ଦେଶ-ଦେଶାନ୍ତର

    ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13771
    Jun 24, 2025
  • ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...
    ଦେଶ-ଦେଶାନ୍ତର

    ଏକତରଫା ପ୍ରେମର ପ୍ରତିଶୋଧ : ବିବାହିତ ପ୍ରେମିକ ନାଁରେ ମେଲ୍ ଆଇଡି ଖୋଲି ବୋମା ଧମକ ଦେଲେ ...

    14317
    Jun 24, 2025
  • ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ
    ଦେଶ-ଦେଶାନ୍ତର

    ବଢିବ ଟ୍ରେନ ଭଡା, ଜୁଲାଇ ୧ରୁ ସଂଶୋଧିତ ଦର ଲାଗୁ ହେବ

    14067
    Jun 24, 2025
  • ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ
    ଦେଶ-ଦେଶାନ୍ତର

    ଭୂତ ପ୍ରେତକୁ ଆମନ୍ତ୍ରଣ କରିପାରେ ‘ପାଣିରେ ହଳଦୀ’ ଟ୍ରେଣ୍ଡ

    14243
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13987
    Jun 24, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14967
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13611
    Jun 24, 2025
  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ
    ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15318
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15318
    Jun 24, 2025
  • ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14181
    Jun 24, 2025
  • ଦେଶ-ଦେଶାନ୍ତର

    ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ମାଲବାହୀ ଜାହାଜ

    13771
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17014
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14967
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13987
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15884
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15210
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    16030
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14999
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13794
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13611
    Jun 24, 2025
  • ଆଇନାରେ ପ୍ରଥମେ ନିଜ ମୁହଁ ନିଜେ ଦେଖୁ କଂଗ୍ରେସ : ବିରଂଚି ନାରାୟଣ ତ୍ରିପାଠୀ

    15318
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13987
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In